ନଦୀରେ ଭାସିଯାଇ ମହିଳାଙ୍କ ଜୀବନ ଗଲା

କୋରୁକୋଣ୍ଡା,୧୦ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ସୋମନାଥପୁର ପଞ୍ଚାୟତ ହାତିଆମ୍ବ ଗ୍ରାମର ଲାଛା ମୁଦୁଲିଙ୍କ ସ୍ତ୍ରୀ ଆଙ୍ଗ୍ରି ମୁଦୁଲି(୪୦)ଙ୍କ ଗ୍ରାମ ନିକଟ ନଦୀରେ ଭାସି ଯାଇ ମୃତ୍ୟୁ ଘଟିଛି।

ସୂଚନା ମୁତାବକ ଜିଲାରେ ଲାଗି ରହିଥିବା ଲଗାଣ ବର୍ଷାରେ ବହୁ ନଦୀନାଳରେ ପାଣି ଭରିଯାଇଥିବା ବେଳେ ହାତୀ ଆମ୍ବ ନିକଟ ନଦୀରେ ମଧ୍ୟ ପାଣି ବଢ଼ିଯାଇଛି । ଆଙ୍ଗ୍ରି ନଦୀ ଆରପଟ ନିଜ ମଣ୍ଡିଆ ଜମିକୁ ଯାଇଥିବା ବେଳେ ଫେରିବା ବେଳକୁ ନଦୀରେ ପାଣି ବଢ଼ି ଯାଇଥିବାରୁ ଘରକୁ ଫେରିବା ପାଇଁ ନଦୀ ପାର୍‌ ହେଉଥିବା ବେଳେ ପାଣିରେ ଭାସି ଯାଇଥିଲେ। ପରିବାର ଲୋକଙ୍କ ସମେତ ଗ୍ରାମବାସୀ ମିଶି ଖୋଜାଖୋଜି କରିବା ପରେ ହାତୀଆମ୍ବ ଗାଁଠାରୁ କିଛି ଦୂର ପିଲା କୁସୁମ ନିକଟରୁ ଆଙ୍ଗ୍ରିଙ୍କର ମୃତଦେହ ଗ୍ରାମବାସୀ ପାଇଥିବା କହିଛନ୍ତି। ଏନେଇ ଓର୍କେଲ ପୋଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି କହିଛନ୍ତି ଓର୍କେଲ ଥାନା ଭାରପ୍ରାପ୍ତ ଅଧିକାରୀ ଜୋହନ କୁଜୁର।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri