Posted inଜାତୀୟ

ଗୁରୁତର ବ୍ୟକ୍ତିଙ୍କୁ କାନ୍ଧରେ ପକାଇ ଡାକ୍ତରଖାନା ନେଲେ ମହିଳା ଇନ୍ସପେକ୍ଟର, ଛୁଟୁଛି ପ୍ରଶଂସାର ସୁଅ

ଚେନ୍ନାଇ,୧୨ା୧୧: ତାମିଲନାଡୁର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାରୁ ପରିସ୍ଥିତି ଜଟିଳ ହୋଇପଡ଼ିଛି। ଏହି ସମୟରେ ଏଠାରୁ ଏକ ହୃଦୟକୁ ଛୁଇଁଗଲା ପରି ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ମହିଳା ଇନ୍ସପେକ୍ଟର ଗଛ ପଡ଼ି ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କୁ କାନ୍ଧରେ ପକାଇ ସିଧା ଡାକ୍ତରଖାନାରେ ପହଞ୍ଚିଛନ୍ତି। ଏହି ମହିଳା ଇନ୍ସପେକ୍ଟରଙ୍କ ନାମ ରାଜେଶ୍ୱରୀ। ତାଙ୍କର ଏପରି ସାହସିକତା କାର୍ଯ୍ୟକୁ ଚାରିଆଡ଼େ ପ୍ରଶଂସା କରାଯାଉଛି।

ଭିଡିଓରେ ଦେଖିବାକୁ ମିଳିଛି, ବେହୋସ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ରାଜେଶ୍ୱରୀ କାନ୍ଧକୁ ଉଠାଉଛନ୍ତି। ଏହା ପୂର୍ବରୁ ବ୍ୟକ୍ତିଙ୍କୁ ଗାଡ଼ିରେ ନେବା ପାଇଁ ଚେଷ୍ଟା କରାଯାଇଥିଲା। ମାତ୍ର କୌଣସି କାରଣ ବଶତଃ ନିଆଗଲା ନାହିଁ। ଏହା ପରେ ରାଜେଶ୍ୱରୀ ପହଞ୍ଚି ନିଜେ କାନ୍ଧରେ ଗୁରୁତର ବ୍ୟକ୍ତିଙ୍କୁ ଡାକ୍ତରଖାନା ନେଇଥିଲେ।

ଏହି ଭିଡିଓ ଭାଇରାଲ ହେବା ପରେ ରାଜେଶ୍ୱରୀଙ୍କୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଉଛି। ଚେନ୍ନାଇ ପୋଲିସ ଆୟୁକ୍ତ ଶଙ୍କର ଜିଓ୍ବାଲ କହିଛନ୍ତି, ରାଜେଶ୍ୱରୀ ସବୁ ସମୟରେ ଏପରି ସାହସିକତା କାମ କରିଥାନ୍ତି। ଆଜି ରାସ୍ତାରେ ଗଛ ପଡ଼ି ଗୁରୁତର ହୋଇଥିବା ବ୍ୟକ୍ତିଙ୍କୁ ସେ କାନ୍ଧରେ ପକାଇ ଡାକ୍ତରଖାନା ନେଇଥିଲେ।

ସୂଚନାରୁ ଜଣାପଡ଼ିଛି ଗୁରୁତର ବ୍ୟକ୍ତିଙ୍କ ନାମ ଉଦୟ କୁମାର। ସେ ଗୁରୁବାର ଏକ କବରସ୍ଥାନ ନିକଟରେ ବେହୋସ ହୋଇ ପଡ଼ିଥିଲେ। ପ୍ରବଳ ବର୍ଷା ଯୋଗୁ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ସ୍ଥିତି ବେହାଲ ହୋଇପଡ଼ିଛି। ଚେନ୍ନାଇର କିଛି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୨ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। କିଛି ଅଞ୍ଚଳରେ ଗଛ ପଡ଼ି ଲୋକେ ଗୁରୁତର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?