ଘର ସମ୍ମୁଖରେ ବାସନ ମାଜୁଥିଲେ ମହିଳା: ଚଢ଼ିଗଲା କାର

ପାଟଣା,୧୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କରଞ୍ଜିଆଦେଇ ଯାଇଥିବା ୨୨୦ ନଂ. ରାଜପଥର ଧାନବେଣୀ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪୫ ବର୍ଷୀୟା ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଜୟ ମହାନ୍ତଙ୍କ ସ୍ତ୍ରୀ କମଳା ।
ସୂଚନାନୁଯାୟୀ, ସକାଳୁ ଘର ସମ୍ମୁଖରେ ବସି କମଳା ବାସନ ମାଜୁଥିବା ବେଳେ କରଞ୍ଜିଆ ପାର୍ଶ୍ୱରୁ ପାଟଣା ଆଡ଼କୁ ଯାଉଥିବା ଏକ କାର ତାଙ୍କ ଉପରେ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଉତ୍ତେଜନା ଲାଗିରହିଛି। ଶତାଧିକ ମହିଳା ଓ ପୁରୁଷ କ୍ଷତିପୂରଣ ଦାବି ଓ ବାଇପାସ ନିର୍ମାଣ ଦାବିରେ ରାସ୍ତା ଉପରେ ଗଛ ଗଣ୍ଡି ପକାଇ ଅବରୋଧ କରିଛନ୍ତି। ଫଳରେ ରାସ୍ତା ଉପରେ ଶହଶହ ଯାନବାହନ ଅଟକି ରହିବା ସହ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଖବରପାଇ ପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବାରେ ଲାଗିଛି। ଦୁର୍ଘଟଣା ଘଟାଇଥିବା କାରକୁ ପୋଲିସ ଜବତ କରିବା ସହ ଚାଳକକୁ ଅଟକ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri