Posted inଜାତୀୟ

ମୁକୁଳିଲେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଧମକପୂର୍ଣ୍ଣ ବାର୍ତ୍ତା ଦେଇଥିବା ମହିଳା, ପୋଲିସ କହିଲା ଠିକ ନାହିଁ ମାନସିକ ସ୍ଥିତି

ଲକ୍ଷ୍ନୌ,୫।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା କରାଯିବ ବୋଲି ଧମକ ଦେଇ ବାର୍ତ୍ତା ପଠାଇଥିବା ମହିଳାଙ୍କୁ ମୁମ୍ବାଇ ପୋଲିସ ଗିରଫ କରି ପଚରାଉଚରା ପରେ ଛାଡି ଦେଇଛି। ଅଭିଯୁକ୍ତ ଫାତିମା ଖାନଙ୍କୁ ଉଲହାସନଗର ପୋଲିସ ସହ ମିଳିତ ଅପରେସନରେ ମୁମ୍ବାଇ ଆତଙ୍କବାଦ ନିରୋଧୀ ସ୍କ୍ବାଡ (ଏଟିଏସ) ଗିରଫ କରିଛି ବୋଲି ଜଣେ ଅଧିକାରୀ ସୋମବାର କହିଛନ୍ତି। ତାଙ୍କୁ ପଚରାଉଚରା ପାଇଁ ମୁମ୍ବାଇ ଅଣାଯାଇଥିଲା ଏବଂ ପରେ ରବିବାର ତାଙ୍କୁ ମୁକ୍ତ କରାଯାଇଥିଲା।
ସୂଚନାଯୋଗ୍ୟ, ଶନିବାର ମୁମ୍ବାଇ ଟ୍ରାଫିକ ପୋଲିସର ହ୍ବାଟସ ଆପ ନମ୍ବରରେ ଏକ ବାର୍ତ୍ତା ଆସିଥିଲା ଯେଉଁଥିରେ ଧମକ ଦିଆଯାଇଥିଲା ଯେ ଯଦି ଆଦିତ୍ୟନାଥ ୧୦ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନ ଦିଅନ୍ତି ତେବେ ତାଙ୍କୁ ଏନସିପି ନେତା ବାବା ସିଦ୍ଦିକୀଙ୍କ ଭଳି ହତ୍ୟା କରାଯିବ।
ଅକ୍ଟୋବର ୧୨ରେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକୀଙ୍କୁ ମୁମ୍ବାଇରେ ଗୁଳି କରି ହତ୍ୟା କରାଯାଇଥିଲା। ଅନୁସନ୍ଧାନ ବେଳେ ଫାତିମା ଏହି ବାର୍ତ୍ତା ପଠାଇଥିବା ପୋଲିସ ଜାଣିବାକୁ ପାଇଛି। ଫାତିମା ଥାନେ ଜିଲାର ଉହ୍ଲାସନଗରରୁ ଆସିଛନ୍ତି ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) ରେ ବିଏସସି କରିଛନ୍ତି। ତାଙ୍କର ମାନସିକ ଅବସ୍ଥା ଠିକ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri