କାଟି ନେଇଗଲେ ମହିଳାଙ୍କ ମୁଣ୍ଡ

ଠାକୁରମୁଣ୍ଡା,୪ା୭: ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏକ ଧାରୁଆ ଅସ୍ତ୍ରରେ ହତ୍ୟାକାରୀ ମହିଳାଙ୍କ ମୁଣ୍ଡ କାଟି ନେଇଯାଇଥିବା ଜଣାପଡିଛି। ପୋଲିସ ମୁଣ୍ଡବିହୀନ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ମହିଳା ଜଣକ ହେଲେ କରଞ୍ଜିଆ ବ୍ଲକ ପାଟବିଲ ପଞ୍ଚାୟତ ଅଧୀନ ବାଲିଭୋଳ ଗ୍ରାମର ସ୍ବର୍ଗତ ଚୈତନ୍ୟ ହାଁସଦାଙ୍କ ସ୍ତ୍ରୀ ଯମୁନା(୬୩)। ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ପୋଲିସ ସୂଚନା ଅନୁଯାୟୀ, ଶନିବାର ପୁଅ ଲକ୍ଷ୍ମଣ ହାଁସଦା ଓ ବୋହୂଙ୍କ ସହ ବୃଦ୍ଧା ଯମୁନା ନିକଟସ୍ଥ ବାଲିଭୋଳ ହାଟକୁ ଯାଇଥିଲେ। ସେଠାରେ ସେ ହାଣ୍ଡିଆ ପିଇ ହାଟପଡ଼ିଆର ଗୋଟିଏ ପାର୍ଶ୍ୱରେ ଶୋଇପଡିଥିଲେ। ହାଟ ସରିବା ପରେ ପୁଅ ବୋହୂ ତାଙ୍କୁ ଉଠାଇବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ସେଠାରେ ସେ ରାତିଯାକ ରହିଥିଲେ। ରବିବାର ସକାଳେ ଲକ୍ଷ୍ମଣ ମା’ଙ୍କୁ ଆଣିବାକୁ ଯାଇଥିବା ବେଳେ ତାଙ୍କ ମୁଣ୍ଡ କାଟି କେହି ହତ୍ୟା କରିଥିବା ଦେଖିବାକୁ ପାଇଥିଲେ। ଖବରପାଇ କରଞ୍ଜିଆ ଥାନା ଆଇଆଇସି ରଞ୍ଜନ ସେଠୀ ଏବଂ ଏସ୍‌ଡିପିଓ ସୁଦର୍ଶନ ଗାଙ୍ଗଇ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଏନେଇ ଥାନାରେ ଏକ ହତ୍ୟା ମାମଲା(ନଂ.୧୭୭/୨୧) ରୁଜୁ ହୋଇଛି। ଲକ୍ଷ୍ମଣଙ୍କ ଅଭିଯୋଗ ଅନୁଯାୟୀ ଗତ ଏକ ସପ୍ତାହ ପୂର୍ବରୁ ନିକଟସ୍ଥ ଜାମୁନାଳିଆ ଗ୍ରାମକୁ ଏକ ଶୁଦ୍ଧିକ୍ରିୟା କାମରେ ଯାଇଥିବା ବେଳେ ସେଠାରେ କେତେଜଣ ଲୋକଙ୍କ ସହ ଯମୁନାଙ୍କ ଝଗଡ଼ା ହୋଇଥିଲା। ୨ ଦିନ ତଳେ କିଛି ବ୍ୟକ୍ତି ଯମୁନାଙ୍କୁ ଆକ୍ରମଣ କରିଥିଲେ। ତେବେ ଡାହାଣୀ ସନ୍ଦେହରେ ଯମୁନାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରି ତଦନ୍ତ କରାଯାଉଥିବା ଆଇଆଇସି ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?