ପ୍ରେମିକଙ୍କୁ ଧରିବା ପାଇଁ ୬ ଘଣ୍ଟା ଖଟ ତଳେ ଲୁଚିଥିଲେ ମହିଳାଙ୍କ ସ୍ବାମୀ, ଆଉ ତା’ ପରେ…

ବେଙ୍ଗାଲୁରୁ,୨୭।୩: ବେଙ୍ଗାଲୁରୁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ପ୍ରେମିକଙ୍କୁ ଧରିବା ପାଇଁ ଖଟ ତଳେ ଦୀର୍ଘ ୬ ଘଣ୍ଟା ଲୁଚି ରହିଥିଲେ। ପରେ ଏଥିରେ ସେ ସଫଳ ମଧ୍ୟ ହୋଇଥିଲେ। ଜାଣନ୍ତୁ ପୂରା ଘଟଣା ସମ୍ପର୍କରେ…

ପେସାରେ ବଢ଼େଇ ଥିବା ଭରତ କୁମାର ନାମକ ଜଣେ ବ୍ୟକ୍ତି ୮ ବର୍ଷ ତଳେ ବିବାହ କରିଥିଲେ। ୩୧ ବର୍ଷୀୟ ଭରତଙ୍କ ସ୍ତ୍ରୀଙ୍କର ଶିବରାଜ ନାମକ ଜଣେ ବ୍ୟକ୍ତିଙ୍କ ସହ ପ୍ରେମସମ୍ପର୍କ ଥିଲା। ସେ ସ୍ତ୍ରୀଙ୍କୁ ପ୍ରେମିକଙ୍କ ସହ କେମିତି ଧରିବେ ତା’ର ଯୋଜନା କରିଥିଲେ। ବୁଧବାର ରାତି ୯ଟାରେ ଭରତ କାମରୁ ଫେରି ନିଜ କୋଠରିକୁ ଆସି ଖଟତଳେ ଲୁଚି ରହିଥିଲେ। ଭରତ ଆସିବାର ଦେଢ଼ ଘଣ୍ଟା ପରେ ଶିବରାଜ ଆସି ଖଟ ଉପରେ ଶୋଇପଡ଼ିଥିଲେ। କିନ୍ତୁ ପୂର୍ବରୁ ଭରତ ଯେ ଖଟତଳେ ଲୁଚିଛନ୍ତି ଏକଥା ତାଙ୍କୁ ଜଣା ନ ଥିଲା। ରାତି ପ୍ରାୟ ୩ଟାରେ ଭରତଙ୍କ ସ୍ତ୍ରୀ ଶୋଇବା ଘରୁ ବାହାରି ରେଷ୍ଟରୁମ୍‌କୁ ଯିବା ସମୟରେ ଭରତ ଛୁରିରେ ଶିବରାଜଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ଶିବରାଜଙ୍କ ମୃତ୍ୟୁ ଘଟିଥିଲା। ତେବେ ଗୁରୁବାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିବରାଜଙ୍କ ମୃତଦେହ ଉଦ୍ଧାର କରିବା ସହ ଭରତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri