କାଳବୈଶାଖୀରେ ଗଛପଡ଼ି ଚାଲିଗଲା ମହିଳାଙ୍କ ଜୀବନ

କେନ୍ଦୁଝର,୬ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ମାରଦା ଗ୍ରାମରେ ବୁଧବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଏକ ଗଛ ଉପୁଡ଼ିପଡ଼ିବାରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ତାଙ୍କ ନାମ ରସବତୀ ଦେହୁରୀ (୫୦)। ଆଜି ଅପରାହ୍ନରେ ଏହି ଘଟଣା ଘଟିଥିଲା। ଖବର ପାଇ ସ୍ଥାନୀୟ ଲୋକ ପହଞ୍ଚି ଉଦ୍ଧାର କରିବା ସହ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ତେଲକୋଇ ମେଡିକାଲ ପଠାଇଛି।