ଫାଣ୍ଡି ପରିସର କାର୍‌ ଭିତରୁ ମହିଳାଙ୍କ କଙ୍କାଳ ମିଳିବା ଘଟଣା: ତଦନ୍ତ କରିବେ ମହିଳା ଥାନା ଇନ୍ସପେକ୍ଟର

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରେ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। ପୋଲିସ ସେତେବେଳେ ଏହି ଘଟଣାର ତଦନ୍ତ କରିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଏହାକୁ ଚପାଇ ଦିଆଯାଇଥିଲା। ଶନିବାର କମିଶନରେଟ ପୋଲିସ ପଦକ୍ଷେପ ଗ୍ରହଣ କରିବା ପରେ ଘଟଣା ଲୋକଲୋଚନକୁ ଆସିଛି। ବର୍ତ୍ତମାନ ଏହି ଘଟଣାର ତଦନ୍ତ ଭାର ମହିଳା ଥାନା ଇନ୍ସପେକ୍ଟରଙ୍କୁ ଦିଆଯାଇଥିବା ପ୍ରେସ୍‌ମିଟରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏହା ଏକ ସମ୍ବେଦନଶୀଳ ଘଟଣା। ଫେବୃୟାରୀ ୧୫ରେ ଘଟଣା ଜଣାପଡ଼ିବା ପରେ ପଦକ୍ଷେପ ନିଆଯାଇଛି। ଏମ୍ସ ଦେଇଥିବା ପୋଷ୍ଟମର୍ଟମ ରିପୋର୍ଟରୁ ମହିଳାଙ୍କର ଯକ୍ଷ୍ମାରେ ମୃତ୍ୟୁ ଘଟିଥିବା ଲେଖାଯାଇଥିବା ବେଳେ ତାଙ୍କର ସ୍ବାଭାବିକ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ବୋଲି ପୋଲିସ କମିଶନର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ମହିଳାଙ୍କ କଙ୍କାଳ ମିଳିଥିବା କାର୍‌ରେ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା। ୨୦୧୧ରେ କୋରାପୁଟ ପୋଲିସ ଯାଁଳା ଅଞ୍ଚଳରେ ଚଢ଼ାଉ କରି ଉକ୍ତ କାର୍‌ ଜବତ କରିବା ସହ ଫାଣ୍ଡିରେ ଜିମା ଦେଇଥିଲା। ଦୀର୍ଘ ୨ ବର୍ଷ ଧରି ଫାଣ୍ଡି ପରିସରରେ ପଡ଼ିଥିବା କାର୍‌କୁ ନେବା ପାଇଁ ଗତ ଫେବୃୟାରୀ ଦ୍ୱିତୀୟ ସପ୍ତାହରେ ଗାଡ଼ିମାଲିକ କୋର୍ଟରୁ ଅର୍ଡର ଧରି ପହଞ୍ଚିଥିଲେ। ପୋଲିସ ଗାଡ଼ିଟିକୁ ମାଲିକଙ୍କୁ ଜିମା ଦେବା ପୂର୍ବରୁ ଯାଞ୍ଚ କରିବା ସମୟରେ ସେଥିରୁ ଏକ ମୃତଦେହ ମିଳିଥିଲା। ବ୍ୟବଚ୍ଛେଦ ପାଇଁ ପଠାଇବାରୁ ଏହି କଙ୍କାଳଟି ଜଣେ ମହିଳାଙ୍କର ଏବଂ ବୟସ ୪୫ ବର୍ଷ ହେବ ବୋଲି ଜଣାପଡ଼ିଥିଲା। ଏସବୁ ତଥ୍ୟକୁ ଧରି ପୋଲିସ ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri