ଧମକ ଚମକ ଦେଇ କାମରୁ ବାହାର କରି ଦେବାରୁ ଏସ୍‌ପିଙ୍କ ଦାରସ୍ଥ ହେଲେ ଆର୍ଯ୍ୟପଲ୍ଲୀ ମହିଳା

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ୫୦ ବର୍ଷ ପୂର୍ବରୁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଥିବା ଭାଲିଆ ତୋଟାରେ ଜଗୁଆଳି କାମ କରି ଆସୁଥିବା କିଛି ମହିଳାଙ୍କୁ ଧମକାଇ ସେଠାରୁ ବାହାର କରିଦେବା ଅଭିଯୋଗ ସାମ୍ନାକୁ ଆସିଛି। ସେହି ଗ୍ରାମ ନିକଟରେ ଥିବା ଭାରତୀୟ ବିରଳ ମୃତ୍ତିକା ଲିମିଟେଡ (ଆଇ. ଆର୍‌. ଇ. ଏଲ.)ର ବିରଳ ମୃତ୍ତିକା ପାଇଁ ସାମୁଦ୍ରିକ ବାଲି ଖନନ ନିମନ୍ତେ ଅନେକ ଗଛ କଟା ହୋଇଛି। ଖନନ ପରେ ସେହି ଅଞ୍ଚଳରେ ଆଇ.ଆର୍‌.ଇ.ଏଲ. କମ୍ପାନୀ ପୂନର୍ବାର ଚାରାରୋପଣ କରି କିଛି ଲୋକଙ୍କୁ ଜଗୁଆଳି ଭାବେ ନିଯୁକ୍ତ କରିଛି। କିନ୍ତୁ ଏହି ମହିଳାମାନେ ଅଭିଯୋଗ କରିଛନ୍ତି ଯେ ଯେଉଁ କାମ ସେମାନେ ଦୀର୍ଘ ୫୦ ବର୍ଷ ଧରି କରିଆସୁଥିଲେ, ଏବେ ସେମାନେ ନିଯୁକ୍ତି ହରାଇଛନ୍ତି। ତା’ ସହିତ ପ୍ରତ୍ୟେକ ମହିଳାଙ୍କୁ ଜମି ଅଧିଗ୍ରହଣ କ୍ଷତିପୂରଣ ବାବଦକୁ ୬ ଲକ୍ଷ ୮୮ ହଜାର ଟଙ୍କା କମ୍ପାନୀ ପକ୍ଷରୁ ପ୍ରଦାନ କରାଯାଇଥିଲା। ସେହି ଗ୍ରାମର କିଛି ଯୁବକ ଧମକ ଚମକ ଦେଇ ଜୋରଜବରଦସ୍ତି ମହିଳାଙ୍କୁ ଏହି କାମରୁ ବାହାର କରିଦେଇଛନ୍ତି ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗରେ ମହିଳାମାନେ ଗତ ଜାନୁଆରୀ ୨୦୨୫ରେ ମେରାଇନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମେରାଇନ ଥାନାରେ କେସ୍‌ ନଂ ୧/୨୦୨୫ ରେ ଏକ ମାମଲା ରୁଜୁ କରିଥିଲେ। ଦେଢ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ସେମାନେ ବାଧ୍ୟ ହୋଇ ସୋମବାର ଦିନ ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.ସି.ଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ମହିଳାମାନେ ଦାବି କରିଛନ୍ତି ଯେ ତାଙ୍କୁ ପୁଣି ଥରେ ସେହି କାର୍ଯ୍ୟରେ ନିୟୋଜିତ କରାଯାଉ ।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri