Posted inଖେଳ

ନଭେମ୍ବର ୪ରୁ ୯ ମଧ୍ୟରେ ମହିଳା ଚ୍ୟାଲେଞ୍ଜର ସିରିଜ ଆୟୋଜନ ହେବ

ନୂଆଦିଲ୍ଲୀ,୧।୧୦(ପି.ଟି.): ମହିଳାଙ୍କ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଭାବେ ଜଣାଶୁଣା ଥିବା ବହୁପ୍ରତୀକ୍ଷିତ ଚ୍ୟାଲେଞ୍ଜର ସିରିଜ ଆୟୋଜନ ହେବା ସ୍ପଷ୍ଟ ହୋଇଛି। ଏହି ମେଗା ଇଭେଣ୍ଟ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆସନ୍ତା ନଭେମ୍ବର ୪ରୁ ୯ ତାରିଖ ମଧ୍ୟରେ ଆୟୋଜନ ହେବ। ଏ ନେଇ ଆଇପିଏଲ୍‌ର ଜଣେ ଅଧିକାରୀ ବୁଧବାର ସ୍ପଷ୍ଟ କରିଛନ୍ତି।
କୋଭିଡ୍‌-୧୯ ମହାମାରୀ କାରଣରୁ ଭାରତରେ ମହିଳା କ୍ରିକେଟ ଠପ୍‌ ହୋଇଯାଇଛି। ଏଥିପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କଡ଼ା ସମାଲୋଚନାର ମଧ୍ୟ ଶିକାର ହୋଇଛି। ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ମଧ୍ୟ ଏହି ଟୁର୍ନାମେଣ୍ଟ ଆୟୋଜନ ହେବ ବୋଲି କହିଆସୁଥିଲେ। ଏବେ ଆଇପିଏଲ୍‌ ତରଫରୁ ସ୍ପଷ୍ଟ କରାଯାଇଛି। ଟ୍ରେଲବ୍ଲେଜର, ଭେଲୋସିଟି ଓ ସୁପରନୋଭାସ ଭଳି ୩ଟି ଦଳ ଏଥିରେ ଅଂଶଗ୍ରହଣ କରିବେ। ସିଙ୍ଗଲ୍‌ ରାଉଣ୍ଡ ରବିନ୍‌ ଲିଗ୍‌ରେ ଦଳଗୁଡିକ ପରସ୍ପରକୁ ମୁକାବିଲା କରିବେ। ୯ ତାରିଖରେ ଫାଇନାଲ ମ୍ୟାଚ୍‌ ଖେଳାଯିବ। ନୂଆ ମହିଳା ଚୟନକର୍ତ୍ତା ନୀତୁ ଡେଭିଡ୍‌ଙ୍କ ଅଧ୍ୟକ୍ଷତାରେ ଦଳଗୁଡିକ ଚୟନ କରାଯିବ। ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ଦଳଗୁଡିକ ୟୁଏଇ ଯାତ୍ରା କରିବେ। ଖେଳାଳି ଓ ଅଫିସିଆଲମାନେ ବାଧ୍ୟତାମୂଳକ ଭାବେ ୬ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ। ମହିଳା କ୍ରିକେଟରମାନଙ୍କୁ ଅଭ୍ୟାସ ତଥା ଟ୍ରେନିଂ ପାଇଁ ପର୍ଯ୍ୟାପ୍ତ ସମୟ ଦିଆଯିବ। ୩ଟି ଦଳରେ ଅଧିକ ସଂଖ୍ୟାକ ଭାରତୀୟ ମହିଳା କ୍ରିକେଟର ରହିବେ। ସ୍ବାସ୍ଥ୍ୟଗତ କାରଣରୁ ଏପରି ନିଷ୍ପତ୍ତି ନିଆଯାଇଛି। ମହିଳା ବିଗ୍‌ ବାସ ଲିଗ୍‌ (ଡବ୍ଲ୍ୟୁବିବିଏଲ୍‌) ପାଇଁ ଇଂଲଣ୍ଡ ଓ ଅଷ୍ଟ୍ରେଲିଆର ତାରକା କ୍ରିକେଟରମାନେ ଏଥିରେ ଅଂଶଗ୍ରହଣ କରିବେ ନାହିଁ। ଡବ୍ଲ୍ୟୁବିବିଏଲ୍‌ରେ ୩ଜଣ ଭାରତୀୟ ଖେଳାଳି ଶେଫାଳ ବର୍ମା, ସ୍ମୃତି ମନ୍ଦାନା ଓ ହରମନପ୍ରୀତ କୌର ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ଥିଲା। ତେବେ ବର୍ତ୍ତମାନ ଏହି ୩ ଖେଳାଳି ଏହି ହାଇପ୍ରୋଫାଇଲ ଲିଗ୍‌ରେ ଅଂଶଗ୍ରହଣ କରିବେ ନାହିଁ। ଆବୁଧାବିରେ ସ୍ବତନ୍ତ୍ର କ୍ୱାରାଣ୍ଟାଇନ ନିୟମ ଥିବାରୁ ଟୁର୍ନାମେଣ୍ଟର ୪ଟି ମ୍ୟାଚ୍‌ ଶାରଜା କିମ୍ବା ଦୁବାଇରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri