Posted inଖେଳ

ମହିଳା ରେସ୍‌ଲିଂ କ୍ୟାମ୍ପ ପୁଣି ସ୍ଥଗିତ

ନୂଆଦିଲ୍ଲୀ, ୨୩ା୮ (ପି.ଟି.)-କୋଭିଡ୍‌-୧୯ ଯୋଗୁ ମହିଳା ରେସ୍‌ଲରମାନଙ୍କ ଲାଗି ହେବାକୁଥିବା ଜାତୀୟ କ୍ୟାମ୍ପକୁ ପୁଣି ସ୍ଥଗିତ ରଖାଯାଇଛି। କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଖେଳାଳିମାନେ କ୍ୟାମ୍ପରେ ଯୋଗଦେବା ଲାଗି କୁଣ୍ଠିତ ହେଉଛନ୍ତି। ଜାତୀୟ କ୍ୟାମ୍ପ ସେପ୍ଟେମ୍ବର ୧ରୁ ଲକ୍ଷ୍ନୌରେ ଆରମ୍ଭ ହେବାର ଥିଲା। ମାତ୍ର ଟପ୍‌ ରେସ୍‌ଲରମାନେ ଏଥିରେ ଯୋଗଦେବା ଲାଗି ଅନିଚ୍ଛା ପ୍ରକାଶ କରିଥିଲେ। ମହିଳା କ୍ୟାମ୍ପକୁ ଦ୍ୱିତୀୟ ଥର ପାଇଁ ସ୍ଥଗିତ ରଖାଯାଇଛି। ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ପ୍ରଥମେ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ କ୍ୟାମ୍ପ ଆରମ୍ଭ କରିବା ଲାଗି ସ୍ଥିର କରିଥିଲା। ମାତ୍ର କୋଭିଡ୍‌-୧୯ର ଉତ୍ପତି ଯୋଗୁ ଏହାକୁ ସ୍ଥଗିତ ରଖିବାକୁ ହୋଇଥିଲା। ଅନ୍ୟପକ୍ଷରେ ସୋନେପତ୍‌ଠାରେ ପୁରୁଷ କ୍ୟାମ୍ପ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଆରମ୍ଭ ହେବ। ନିକଟରେ ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ଖେଳରତ୍ନ ପାଇବା ଲାଗି ମନୋନୀତ ହୋଇଥିବା ଭିନେଶ ଫୋଗତ୍‌ ବର୍ତ୍ତମାନ ପରିସ୍ଥିତିରେ ଲକ୍ଷ୍ନୌ ଗସ୍ତ କରିବାକୁ ରୋକ୍‌ଠୋକ୍‌ ମନା କରିଦେଇଛନ୍ତି। ରିଓ ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜୟିନୀ ସାକ୍ଷୀ ମଲିକ ମଧ୍ୟ ସ୍ବାସ୍ଥ୍ୟ ସୁରକ୍ଷା ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ସେପ୍ଟେମ୍ବର ୧ରୁ ହେବାକୁ ଥିବା ମହିଳା କ୍ୟାମ୍ପରେ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ୧୫ ମହିଳା ରେସ୍‌ଲର ଭାଗ ନେଇଥାନ୍ତେ। କ୍ୟାମ୍ପ ପାଇଁ ନୂଆ ତାରିଖ ଖେଳାଳିମାନଙ୍କୁ ଠିକଣା ସମୟରେ ଜଣାଇ ଦିଆଯିବ ବୋଲି ସ୍ପୋଟର୍‌ସ ଅଥରିଟି ଅଫ୍‌୍‌ ଇଣ୍ଡିଆ (ସାଇ) ତରଫରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?