Posted inଖେଳ

ମହିଳା ରେସ୍‌ଲିଂ କ୍ୟାମ୍ପ ପୁଣି ସ୍ଥଗିତ

ନୂଆଦିଲ୍ଲୀ, ୨୩ା୮ (ପି.ଟି.)-କୋଭିଡ୍‌-୧୯ ଯୋଗୁ ମହିଳା ରେସ୍‌ଲରମାନଙ୍କ ଲାଗି ହେବାକୁଥିବା ଜାତୀୟ କ୍ୟାମ୍ପକୁ ପୁଣି ସ୍ଥଗିତ ରଖାଯାଇଛି। କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଖେଳାଳିମାନେ କ୍ୟାମ୍ପରେ ଯୋଗଦେବା ଲାଗି କୁଣ୍ଠିତ ହେଉଛନ୍ତି। ଜାତୀୟ କ୍ୟାମ୍ପ ସେପ୍ଟେମ୍ବର ୧ରୁ ଲକ୍ଷ୍ନୌରେ ଆରମ୍ଭ ହେବାର ଥିଲା। ମାତ୍ର ଟପ୍‌ ରେସ୍‌ଲରମାନେ ଏଥିରେ ଯୋଗଦେବା ଲାଗି ଅନିଚ୍ଛା ପ୍ରକାଶ କରିଥିଲେ। ମହିଳା କ୍ୟାମ୍ପକୁ ଦ୍ୱିତୀୟ ଥର ପାଇଁ ସ୍ଥଗିତ ରଖାଯାଇଛି। ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ପ୍ରଥମେ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ କ୍ୟାମ୍ପ ଆରମ୍ଭ କରିବା ଲାଗି ସ୍ଥିର କରିଥିଲା। ମାତ୍ର କୋଭିଡ୍‌-୧୯ର ଉତ୍ପତି ଯୋଗୁ ଏହାକୁ ସ୍ଥଗିତ ରଖିବାକୁ ହୋଇଥିଲା। ଅନ୍ୟପକ୍ଷରେ ସୋନେପତ୍‌ଠାରେ ପୁରୁଷ କ୍ୟାମ୍ପ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଆରମ୍ଭ ହେବ। ନିକଟରେ ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ଖେଳରତ୍ନ ପାଇବା ଲାଗି ମନୋନୀତ ହୋଇଥିବା ଭିନେଶ ଫୋଗତ୍‌ ବର୍ତ୍ତମାନ ପରିସ୍ଥିତିରେ ଲକ୍ଷ୍ନୌ ଗସ୍ତ କରିବାକୁ ରୋକ୍‌ଠୋକ୍‌ ମନା କରିଦେଇଛନ୍ତି। ରିଓ ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜୟିନୀ ସାକ୍ଷୀ ମଲିକ ମଧ୍ୟ ସ୍ବାସ୍ଥ୍ୟ ସୁରକ୍ଷା ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ସେପ୍ଟେମ୍ବର ୧ରୁ ହେବାକୁ ଥିବା ମହିଳା କ୍ୟାମ୍ପରେ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ୧୫ ମହିଳା ରେସ୍‌ଲର ଭାଗ ନେଇଥାନ୍ତେ। କ୍ୟାମ୍ପ ପାଇଁ ନୂଆ ତାରିଖ ଖେଳାଳିମାନଙ୍କୁ ଠିକଣା ସମୟରେ ଜଣାଇ ଦିଆଯିବ ବୋଲି ସ୍ପୋଟର୍‌ସ ଅଥରିଟି ଅଫ୍‌୍‌ ଇଣ୍ଡିଆ (ସାଇ) ତରଫରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri