ହଜିଯାଉଛି ‘ବୋଉ’ ଶବ୍ଦ: ଆନ୍ତରିକତାକୁ ପୁନର୍ଜୀବିତ କରିବାକୁ ପ୍ରୟାସ

ଭଞ୍ଜନଗର,୩।୬(ବାବୁଲା ପ୍ରଧାନ):ଆଧୁନିକ ଜୀବନଧାରା ପ୍ରବାହରେ ବୋଉ ଶବ୍ଦଟି କ୍ରମଶଃ ହଜିବାରେ ଲାଗିଛି। ଏହି ପଛରେ ଥିବା ଆତ୍ମୀୟ ପରମ୍ପରା ଓ ସମର୍ପିତ ଆନ୍ତରିକତାକୁ ପୁନର୍ଜୀବିତ ଉଦ୍ଦେଶ୍ୟରେ ଲୋହରାଖଣ୍ଡି ସାହିତ୍ୟ ସଂସଦ ତରଫରୁ ‘କବିତାରେ ବୋଉ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନେଇ ଗଞ୍ଜାମ ଜିଲା ଭଞ୍ଜନଗର
ଓ ଖଣ୍ଡାୟତ କାଳିଞ୍ଜି ସମାଜ ଗୃହରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସଂସଦର ସଭାପତି ଡ. ଅଶୋକ କୁମାର ଷଡଙ୍ଗୀ ସଭାପତିତ୍ୱ କରିଥିଲେ । ଏଥିରେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷା ଡ. ଉଷା ପାଢୀ, ଜିଲା ପରିଷଦ ସଭ୍ୟା ଶୈଳବାଳା ବିଷୋୟୀ, ବିଜୟ ଲକ୍ଷ୍ମୀ ସ୍ବାଇଁ, ଇନରହୁଇଲ କ୍ଲବ ସଭାପତି ସୁନୀତା ବାରିକ ଅତିଥି ଭାବେ ଯୋଗଦେଇ ବୋଉ ସମର୍ପିତ ଜୀବନଧାରା ଉପରେ କହିଥିଲେ। ସଂସଦର ସମ୍ପାଦକ ଚିନ୍ମୟ କୁମାର ବେବର୍ତ୍ତା ସ୍ବାଗତ ଭାଷଣ ଦେଇଥିବାବେଳେ ଅତିଥି ପରିଚୟ ପ୍ରଦାନ କରିଥିଲେ ସଂସଦର ସହ-ସମ୍ପାଦକ ତ୍ରିନାଥ ବେହେରା। କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ସଂସଦର ପରିଚାଳନା ସମ୍ପାଦିକା ପ୍ରଭାତୀ ମଞ୍ଜରୀ ବେହେରା।
ତ୍ରୈମାସିକ ସାହିତ୍ୟ ପତ୍ରିକା ଲୋହରାଖଣ୍ଡିର ବୋଉ ବିଶେଷାଙ୍କ ଅତିଥିମାନେ ଉନ୍ମୋଚନ କରିଥିଲେ। କାର୍ଯ୍ୟକ୍ରମକୁ ଆହୁରି ଭାବମୟ କରିଥିଲା ବୋଉ ଉପରେ ଆଧାରିତ ସଙ୍ଗୀତ। ତାହା ପରିବେଷଣ କରିଥିଲେ ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ପ୍ରଦୀପ କୁମାର ସ୍ବାଇଁ, କଣ୍ଠଶିଳ୍ପୀ ସୌମ୍ୟ ରଞ୍ଜନ ବ୍ରହ୍ମା, ରଜନୀ ସେଠୀ, ବିଶ୍ୱଜିତା ରାଉତରାୟ, ସନ୍ତୋଷ କୁମାର ନନ୍ଦ, ଶୁଭ୍ରା ସୁଲଗ୍ନା, ଗୀତାଞ୍ଜଳି ମହାପାତ୍ର। ଦ୍ୱିତୀୟ ପର୍ଯ୍ୟାୟରେ ଆୟୋଜିତ କବିତା ପାଠୋତ୍ସବରେ ୩୦ରୁ ଅଧିକ ସାହିତି୍ୟକ ବୋଉ ଉପରେ ଆଧାରିତ ନିଜର ସ୍ବରଚିତ କବିତା ପାଠ କରିଥିଲେ। ସଂସଦର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିବାବେଳେ ପ୍ରଣତି ପାଣିଗ୍ରାହୀ ଧନ୍ୟବାଦ ପ୍ରଦାନ କରିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୩।୯,(ଦିଲ୍ଲୀପ ସାମଲ): ଜିଲାରେ ଜଳ ଓ ପରିମଳ ମିଶନ ପକ୍ଷରୁ ଚାଲିଥିବା ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ଛତ୍ରପୁର ସ୍ଥିତ ଜିଲାପାଳ କାର୍ଯ୍ୟାଳୟର…

ଚାକିରି ଦେବା ନାଁ ରେ ଠକେଇ; ଇଣ୍ଟରଭ୍ୟୁ ବେଳେ ଉତ୍ତେଜନା ; ଧରାହେଲେ ମଧ୍ୟସ୍ଥି, ମୁଖ୍ୟ ଅଭିଯୁକ୍ତ ଫେରାର

ଛତ୍ରପୁର,୩।୯,( ଦିଲ୍ଲୀପି ସାମଲ): ଚାକିରି ପାଇଁ ବର୍ତ୍ତମାନର ଯୁବ ପିଢୀ ନାନା ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ଏହାର ସୁଯୋଗ ନେଇ ଯୁବପିଢୀଙ୍କୁ ଠକିବାରେ ଲାଗିଛନ୍ତି କିଛି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri