ଭୁବନେଶ୍ୱର,୨୬ା୧୧: ଦୀଘାସ୍ଥିତ ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦକୁ ହଟାଇ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ଏନେଇ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅବଗତ କରାଇଛନ୍ତି।
ସୂଚନା ଅନୁଯାୟୀ, ଦୀଘା ଜଗନ୍ନାଥ ମନ୍ଦିରର ନାମ ପରିବର୍ତ୍ତନ କରାଯାଇଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର’ ରଖାଯାଇଛି ଏବଂ ମନ୍ଦିର ପରିସରର ନାମ ‘ଶ୍ରୀ ଶ୍ରୀ ଜଗନ୍ନାଥ କଲଚରାଲ ସେଣ୍ଟର’ ଭାବେ ନାମିତ ହୋଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପବିତ୍ର ଶ୍ରୀଜଗନ୍ନାଥ ଧାମ ପୁରୀ ପ୍ରତି ମୋର ଗଭୀର ସମ୍ମାନ ରହିଛି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଅନ୍ୟପଟେ ଓଡ଼ିଶାବାସୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ନେଇଥିବା ଏହି ତ୍ୱରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।