କାମ ସରିନି, ରାସ୍ତାରୁ ପିଚୁ ଉଠିଲାଣି

ମୋରଡ଼ା,୩୦।୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତର ପୁରୁଣାପାଣି-ଗଡ଼ିିଗଁା ରାସ୍ତାକାମ ନିମ୍ନମାନର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ନିର୍ମାଣ କାର୍ଯ୍ୟ ନ ସରୁଣୁ ରାସ୍ତାରୁ ପିଚୁ ଉଠି ଯାଇଥିବା ଓ ବର୍ଷା ସମୟରେ ମଧ୍ୟ ପିଚୁ କାମ ଚାଲିଥିବା ଗ୍ରାମର ଜଗନ୍ନାଥ ବେହେରା, ବଲ ରଣା, ପୁପୁନ ରଣା ପ୍ରମୁଖ ଅଭିଯୋଗରେ ଦର୍ଶାଇଛନ୍ତି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ ଉକ୍ତ ରାସ୍ତାର ଭିତ୍ତିପ୍ରସ୍ତର ଗତ ଜାନୁଆରୀ ୬ ତାରିଖରେ ମୋରଡା ବିଧାୟକ ରାଜ କିଶୋର ଦାସଙ୍କ ଦ୍ୱାରା କରାଯାଇଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗର ଟେଣ୍ଡର ଅନୁଯାୟୀ ନିର୍ମାଣ ଦାୟିତ୍ୱ ଜଣେ ଠିକାଦାରଙ୍କୁ ଦିଆଯାଇଛି। ରାସ୍ତା ନିର୍ମାଣ ଆରମ୍ଭରୁ ଠିକାଦାର ମନମୁଖୀ କାର୍ଯ୍ୟ କରୁଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ ମଧ୍ୟ ଏଥିପ୍ରତି ଗୁରୁତ୍ୱ ଦିଆଯାଇନାହିଁ। ଠିକ୍‌ ଭାବେ ରାସ୍ତା ନିର୍ମାଣ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ବ୍ଲକ ଭଞ୍ଜସେନା ସଭାପତି ପରିତୋଷ ବାରିକ ଚେତାବନୀ ଦେଇଛନ୍ତି। ଏ ସଂକ୍ରାନ୍ତରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧ୍ୟୀକ୍ଷଣ ଯନ୍ତ୍ରୀ ଭିଏନ୍‌.ଏଚ୍‌ ରାଓଙ୍କୁ ପଚାରିବାରୁ କାର୍ଯ୍ୟର ତଦନ୍ତ କରାଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ। ନିମ୍ନମାନର କାର୍ଯ୍ୟ ହୋଇଥିଲେ ପୁଣି ଥରେ ଠିକ୍‌ ଭାବରେ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri