ମୋବାଇଲ ଟାଓ୍ବାର କାମ ଅଧାପନ୍ତରିଆ

ନୟାଗଡ଼,୨୨।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ନୂଆଗାଁ ବ୍ଲକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀଙ୍କ ପାଇଁ ନିର୍ମାଣ କରାଯାଉଥିବା ମୋବାଇଲ ଟାଓ୍ବାର କାମ ଦୀର୍ଘ ମାସ ହେଲା ଅଧାପନ୍ତରିଆ ଭାବେ ପଡିରହିଛି। ଏ ସଂକ୍ରାନ୍ତରେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଗଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏଥିପାଇଁ ନୂଆଗାଁ ବ୍ଲକର ଗୁମି, ଡିମିରିପଲି, ବରକୋଳା, କାପ୍ତାପଲିି, ଫାମ୍ପୁଣି, ଗୁନାମାଟି ସାନଡାମନାଡୁ ଆଦି ଆଦିବାସୀ ଅଞ୍ଚଳବାସୀ ମୋବାଇଲ ସେବା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଉପରୋକ୍ତ ଅଞ୍ଚଳରେ ହାଇସ୍କୁଲ, ଡାକ୍ତରଖାନା, ପଞ୍ଚାୟତ କାର୍ଯ୍ୟାଳୟ ଆଦି ରହିଥିଲେ ମଧ୍ୟ ମୋବାଇଲ ସେବା ନ ଥିବାରୁ କୌଣସି ଅନ୍‌ଲାଇନ କାମ ହୋଇପାରୁ ନାହିଁ। ଏପରି କି ସରକାରୀ କାର୍ଯ୍ୟ ମଧ୍ୟ କରାଯାଇ ପାରୁନାହିଁ। ଛାତ୍ରୀଛାତ୍ରମାନଙ୍କୁ ଡିଜିଟାଲ ମାଧ୍ୟମରେ ଶିକ୍ଷା ଦେବା ପାଇଁ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ମୋବାଇଲ ଟାଓ୍ବାର ନ ଥିବାରୁ ଡିଜିଟାଲ ପାଠପଢା ମଧ୍ୟ ହୋଇପାରୁ ନାହିଁ। ତେଣୁ ମୋବାଇଲ ଟାଓ୍ବାର ନିର୍ମାଣ ପାଇଁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ ଅଞ୍ଚଳବାସୀ ଗୁହାରି କରିଥିଲେ। ବିଧାୟକ ବେହେରାଙ୍କ ଉଦ୍ୟମରେ ଗୁମି ପଞ୍ଚାୟତର ବରଡିହି ଓ କାପ୍ତାପଲି ପଞ୍ଚାୟତର ଫାମ୍ପୁଣି ନିକଟରେ ଟାଓ୍ବାର ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବିଏସ୍‌ଏନ୍‌ଏଲ କମ୍ପାନୀର କର୍ମଚାରୀମାନେ ଆସି ଟାଓ୍ବାର ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ। ଇତିମଧ୍ୟରେ ୬ ମାସରୁ ଊର୍ଦ୍ଧ୍ୱ ସମୟ ବିତି ଥିଲେ ମଧ୍ୟ କେବଳ ଟାଓ୍ବାରର ମୂଳ ପିଲାର କାମରେ ଅଟକି ରହିଛି। ଲୋକମାନଙ୍କୁ ମୋବାଇଲ ସେବା ଯୋଗାଇ ଦେବା ପାଇଁ ଅଞ୍ଚଳବାସୀଙ୍କ ତରଫରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri