ସେପ୍ଟେମ୍ବରରୁ ଐତିହ୍ୟ କରିଡର କାର୍ଯ୍ୟ

ପୁରୀ ଅଫିସ,୨୭।୮: ସେପ୍ଟେମ୍ବରରୁ ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାର୍ଯ୍ୟ ଆରମ୍ଭ ହେବ। ସେହିଭଳି ନରେନ୍ଦ୍ରକୋଣ ହବିଷିଆଳି କେନ୍ଦ୍ରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷଠାରୁ ସେଠାରେ ହବିଷିଆଳିମାନେ ରହିପାରିବେ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ମହାପାତ୍ର ଗୁରୁବାର ପୁରୀ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର କ୍ଷେତ୍ର ପରିଦର୍ଶନ କରିବା ସହ ସ୍ଥିତି ସମୀକ୍ଷା କରିଛନ୍ତି। କରୋନା କଟକଣା କୋହଳ ହେବା ପରେ ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ନିଆଯାଇଥିବା ଆନୁଷଙ୍ଗିକ ପଦକ୍ଷେପ, ଶ୍ରୀମନ୍ଦିର ଭିତରେ ଥିବା ଜୟବିଜୟ ଦ୍ୱାର, ବେହରଣ ଦ୍ୱାର, ଭୋଗମଣ୍ଡପର ପଶ୍ଚିମ ଦ୍ୱାର ଓ ସାତପାହାଚଠାରେ ନୂତନ ଭାବେ ଲାଗିଥିବା ରୁପା କବାଟ ସମେତ ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ଆଦିର କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି। ଏଥିସହ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ ସ୍ଥଳୀ ଓ ପୁରୁଣା ଜେଲ ରୋଡ୍‌ରେ ବହୁତଳ ପାର୍କିଂ ନିର୍ମାଣ ଅଗ୍ରଗତିର ସମୀକ୍ଷା କରି ଏହାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି।
ଗସ୍ତ କାଳରେ ମହାପାତ୍ର ସ୍ବର୍ଗଦ୍ୱାର ପରିଦର୍ଶନ କରି ଶବଦାହ ପିଣ୍ଡି, ପ୍ରଶାସନିକ କ୍ଲବ, ପ୍ରତୀକ୍ଷାଳୟ ଓ ପଥଶ୍ରାଦ୍ଧ ଗୃହର ନିର୍ମାଣ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଛନ୍ତି। ସ୍ବର୍ଗଦ୍ୱାର ସୌନ୍ଦର୍ଯ୍ୟକରଣ ସହ ଶବସତ୍କାର ନିମନ୍ତେ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ପେସାଦାର ସେବା ପ୍ରଦାନ ଓ ଅନ୍ତ୍ୟେଷ୍ଟି କ୍ରିୟାରେ ସାମିଲ ବନ୍ଧୁ ପରିଜନ ଯେପରି ସୁଖଦ ଅନୁଭୂତି ନେଇ ଫେରିବେ ସେନେଇ ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲା ପ୍ରଶାସନକୁ କହିଛନ୍ତି। ଏହାପରେ ମୁଖ୍ୟ ଶାସନ ସଚିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଯୋଗଦେବା ପାଇଁ ସ୍ବର୍ଗଦ୍ୱାରଠାରୁ ପ୍ରସ୍ଥାନ କରିଥିଲେ। ସମୀକ୍ଷା ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର କହିଛନ୍ତି, ସ୍ବର୍ଗଦ୍ୱାର ଓ ମାର୍କେଟ କମ୍ଲେକ୍ସ କାର୍ଯ୍ୟ ଚାଲିଥିବା ବେଳେ ସାଧାରଣ ଲୋକଙ୍କୁ ସୁହାଇଲା ଭଳି ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ସେହିଭଳି ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ମଧ୍ୟ ଶୃଙ୍ଖଳିତ ଭାବେ ଚାଲୁ ରହିଥିବା ଦେଖିଲି। ଏଥିସହ ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ଯୋଜନା ରହିଛି। ସମୀକ୍ଷା ବେଳେ ମୁଖ୍ୟ ଶାସନ ସଚିବଙ୍କ ସହ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଓଡ଼ିଶା ସେତୁ ନିର୍ମାଣ ନିଗମର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସମୀକ୍ଷା ସମ୍ପର୍କିତ ତଥ୍ୟ ଉପସ୍ଥାପିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri