ସେପ୍ଟେମ୍ବରରୁ ଐତିହ୍ୟ କରିଡର କାର୍ଯ୍ୟ

ପୁରୀ ଅଫିସ,୨୭।୮: ସେପ୍ଟେମ୍ବରରୁ ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାର୍ଯ୍ୟ ଆରମ୍ଭ ହେବ। ସେହିଭଳି ନରେନ୍ଦ୍ରକୋଣ ହବିଷିଆଳି କେନ୍ଦ୍ରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷଠାରୁ ସେଠାରେ ହବିଷିଆଳିମାନେ ରହିପାରିବେ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ମହାପାତ୍ର ଗୁରୁବାର ପୁରୀ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର କ୍ଷେତ୍ର ପରିଦର୍ଶନ କରିବା ସହ ସ୍ଥିତି ସମୀକ୍ଷା କରିଛନ୍ତି। କରୋନା କଟକଣା କୋହଳ ହେବା ପରେ ଶ୍ରୀମନ୍ଦିରରେ ସର୍ବସାଧାରଣଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ନିଆଯାଇଥିବା ଆନୁଷଙ୍ଗିକ ପଦକ୍ଷେପ, ଶ୍ରୀମନ୍ଦିର ଭିତରେ ଥିବା ଜୟବିଜୟ ଦ୍ୱାର, ବେହରଣ ଦ୍ୱାର, ଭୋଗମଣ୍ଡପର ପଶ୍ଚିମ ଦ୍ୱାର ଓ ସାତପାହାଚଠାରେ ନୂତନ ଭାବେ ଲାଗିଥିବା ରୁପା କବାଟ ସମେତ ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ଆଦିର କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି। ଏଥିସହ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ ସ୍ଥଳୀ ଓ ପୁରୁଣା ଜେଲ ରୋଡ୍‌ରେ ବହୁତଳ ପାର୍କିଂ ନିର୍ମାଣ ଅଗ୍ରଗତିର ସମୀକ୍ଷା କରି ଏହାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି।
ଗସ୍ତ କାଳରେ ମହାପାତ୍ର ସ୍ବର୍ଗଦ୍ୱାର ପରିଦର୍ଶନ କରି ଶବଦାହ ପିଣ୍ଡି, ପ୍ରଶାସନିକ କ୍ଲବ, ପ୍ରତୀକ୍ଷାଳୟ ଓ ପଥଶ୍ରାଦ୍ଧ ଗୃହର ନିର୍ମାଣ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଛନ୍ତି। ସ୍ବର୍ଗଦ୍ୱାର ସୌନ୍ଦର୍ଯ୍ୟକରଣ ସହ ଶବସତ୍କାର ନିମନ୍ତେ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ପେସାଦାର ସେବା ପ୍ରଦାନ ଓ ଅନ୍ତ୍ୟେଷ୍ଟି କ୍ରିୟାରେ ସାମିଲ ବନ୍ଧୁ ପରିଜନ ଯେପରି ସୁଖଦ ଅନୁଭୂତି ନେଇ ଫେରିବେ ସେନେଇ ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲା ପ୍ରଶାସନକୁ କହିଛନ୍ତି। ଏହାପରେ ମୁଖ୍ୟ ଶାସନ ସଚିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଯୋଗଦେବା ପାଇଁ ସ୍ବର୍ଗଦ୍ୱାରଠାରୁ ପ୍ରସ୍ଥାନ କରିଥିଲେ। ସମୀକ୍ଷା ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର କହିଛନ୍ତି, ସ୍ବର୍ଗଦ୍ୱାର ଓ ମାର୍କେଟ କମ୍ଲେକ୍ସ କାର୍ଯ୍ୟ ଚାଲିଥିବା ବେଳେ ସାଧାରଣ ଲୋକଙ୍କୁ ସୁହାଇଲା ଭଳି ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ସେହିଭଳି ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ମଧ୍ୟ ଶୃଙ୍ଖଳିତ ଭାବେ ଚାଲୁ ରହିଥିବା ଦେଖିଲି। ଏଥିସହ ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ଯୋଜନା ରହିଛି। ସମୀକ୍ଷା ବେଳେ ମୁଖ୍ୟ ଶାସନ ସଚିବଙ୍କ ସହ ଜିଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଓଡ଼ିଶା ସେତୁ ନିର୍ମାଣ ନିଗମର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସମୀକ୍ଷା ସମ୍ପର୍କିତ ତଥ୍ୟ ଉପସ୍ଥାପିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri