୬ଷ୍ଠ ଦିନରେ ଶ୍ରମିକ ସଙ୍ଗଠନର ଗଣଧାରଣା

ତାଳଚେର,୧୭।୭(ନି.ପ୍ର.) – ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ନୂତନ ସାଇଲୋ ଘରୋଇକରଣର ପ୍ରତିବାଦରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଶାନ୍ତିପୂର୍ଣ୍ଣ ଗଣଧାରଣା ଶନିବାର ୬ଷ୍ଠ ଦିନରେ ପହଞ୍ଚିଛି। ସକାଳେ ପ୍ରବଳ ବର୍ଷା ହୋଇଥିଲେ ମଧ୍ୟ ଶ୍ରମିକମାନେ ଧାରଣାରୁ ଉଠି ନ ଥିଲେ। ତେବେ ଧାରଣା ଜାରି ରହିଥିଲେ ମଧ୍ୟ ଏହି ସମୟରେ ଶ୍ରମିକମାନେ ରେଳ ଯୋଗେ ସର୍ବାଧିକ କୋଇଲା ପଠାଇ ନିଜ କାର୍ଯ୍ୟଦକ୍ଷତାର ପରିଚୟ ଦେଇଛନ୍ତି। ନିଜ ଅଧିକାର ପାଇଁ ଲଢେଇ ଚାଲିଥିଲେ ବି ଦେଶର ପ୍ରଗତି ତଥା ଏମ୍‌ସିଏଲର ଉନ୍ନତି ଦିଗରେ ଶ୍ରମିକମାନେ ଅଧିକ କୋଇଲା ଉତ୍ପାଦନ କରିବା ଆବଶ୍ୟକ ବୋଲି ଉପସ୍ଥିତ ଶ୍ରମିକନେତାମାନେ ଧାରଣାସ୍ଥଳରେ ଉଦ୍‌ବୋଧନ ଦେଇଥିଲେ। ଏହି ଧାରଣାରେ ଶ୍ରମିକ ସଙ୍ଗଠନ ଆଇଏନ୍‌ଟିୟୁସି,ବିଏମ୍‌ଏସ୍‌, ଏଚ୍‌ଏମ୍‌ଏସ୍‌ ଓ ଏଆଇଟିୟୁସିର ନେତୃମଣ୍ଡଳୀ ଯୋଗ ଦେଇଥିଲେ। ବରିଷ୍ଠ ଶ୍ରମିକନେତା ସୌଭାଗ୍ୟ ଚନ୍ଦ୍ର ପ୍ରଧାନ, ଶଙ୍କର ବେହେରା, ସଞ୍ଜୟ ମାଝି, ସୁରେନ୍ଦ୍ର ଶର୍ମା, ବାବୁଲାଲ ଖଣ୍ଡୁଆଳ, ଛବିନ୍ଦ୍ର ଖିଲାର, ଶମ୍ବୁନାଥ ନାହାକ, ତ୍ରିବେଣୀ ବିଶ୍ୱାଳ, ରଣଜିତ ସାମଲ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?