Posted inଜାତୀୟ

ବିଶ୍ୱ ଭାରତକୁ ଚାହିଁରହିଛି: ମୋଦି

ଇନ୍ଦୋର,୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରଦେଶର ଇନ୍ଦୋରରେ ୧୭ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ସୋମବାର ଉଦ୍‌ଘାଟନ କରିଛନ୍ତି। ଏଥିସହିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କହିଛନ୍ତି, ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ମଧ୍ୟପ୍ରଦେଶର ମାଟିରେ ଅନୁଷ୍ଠିତ ହେଇଛି। ଯାହାକୁ ଦେଶର ହୃଦୟ ବୋଲି କୁହାଯାଏ। ମଧ୍ୟପ୍ରଦେଶର ମା’ ନର୍ମଦାଙ୍କ ଜଳ, ଏଠାରେ ଥିବା ଜଙ୍ଗଲ, ଆଦିବାସୀ ପରମ୍ପରା ଏବଂ ଏଠାରେ ଥିବା ଆଧ୍ୟାତ୍ମିକତା ଆପଣଙ୍କ ଯାତ୍ରାକୁ ଅବିସ୍ମରଣୀୟ କରିବ। ସେ ଆହୁରି କହିଛନ୍ତି, ପ୍ରବାସୀ ଭାରତୀୟ ଭାରତର ବ୍ରାଣ୍ଡ ଆମ୍ବାସାଡର ଏବଂ ସେମାନଙ୍କର ଭୂମିକା ଭିନ୍ନ ଅଟେ। ଆପଣ ସମସ୍ତେ ‘ମେକ ଇନ ଇଣ୍ଡିଆ’, ହସ୍ତଶିଳ୍ପ ତଥା ଇଣ୍ଡିଆନ ମିଲେଟ୍‌ ବ୍ରାଣ୍ଡ ଆମ୍ବାସାଡର ଅଟନ୍ତି। ଆଜି ସମଗ୍ର ବିଶ୍ୱ ଭାରତ ଆଡକୁ ଚାହିଁରହିଛି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମଗ୍ର ବିଶ୍ୱ ହେଉଛି ଆମର ଦେଶ। ଶତାବ୍ଦୀ ପୂର୍ବରୁ ଆମେ ବିଶ୍ୱ ବାଣିଜ୍ୟର ଏକ ଅସାଧାରଣ ପରମ୍ପରା ଆରମ୍ଭ କରିଥିଲୁ। ଆମେ ସମୁଦ୍ର ପାର ହୋଇଥିଲୁ ଯାହା ଅସୀମ ମନେ ହେଉଥିଲା। ବିଭିନ୍ନ ଦେଶ ଏବଂ ବିଭିନ୍ନ ସଭ୍ୟତା ମଧ୍ୟରେ ବ୍ୟବସାୟିକ ସମ୍ପର୍କ କିପରି ଭାଗୀଦାର ସମୃଦ୍ଧିର ବାଟ ଖୋଲିପାରିବ ବୋଲି ତାହା ଭାରତ ଦର୍ଶାଇଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri