ବିପର୍ଯ୍ୟୟ ପଥେ ବିଶ୍ୱ

ଜାତିସଂଘ,୨୮ା୧୦:ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟକୁ ସାମ୍ନା କରୁଥିବା ପୃଥିବୀ ଏକ ବୃହତ୍‌ ବିପର୍ଯ୍ୟୟ ଆଡ଼କୁ ମୁହଁାଇଛି ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଜାତିସଂଘ ପରିବେଶ କାର୍ଯ୍ୟକ୍ରମ (ୟୁଏନ୍‌ଇପି) ଗୁରୁବାର ଜାରି କରିଥିବା ଏହାର ବାର୍ଷିକ ଏମିଶନ୍ସ ଗ୍ୟାପ୍‌ ରିପୋର୍ଟରେ ଉଲ୍ଲେଖ କରିଛି, ବିଶ୍ୱରେ ବଢ଼ୁଥିବା ତାପମାତ୍ରା ହ୍ରାସ ପାଇଁ ସରକାରମାନେ ଦେଇଥିବା ପ୍ରତିଶ୍ରୁତି ଠିକ୍‌ ଭାବେ ପାଳନ କରୁନାହାନ୍ତି। ବର୍ତ୍ତମାନର ସରକାରୀ କ୍ଲାଇମେଟ୍‌ ପଲିସିଗୁଡ଼ିକ ବିଶ୍ୱରେ ହାରାହାରି ୨.୮ ଡିଗ୍ରୀ ସେଲ୍‌ସିୟସ୍‌ ବା ୫ ଡିଗ୍ରୀ ଫାରେନ୍‌ଡିଟ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ଆଡ଼କୁ ଟାଣିନେଉଛି।
ଇଜିପ୍ଟରେ ନଭେମ୍ବର ୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କୋପ୍‌ ୨୭ ଜଳବାୟୁ ଆଲୋଚନାରେ ତାପମାତ୍ରାକୁ ୨ ଡିଗ୍ରୀ ସେଲସିୟସ୍‌ ମଧ୍ୟରେ ସୀମିତ ରଖିବା ଉପରେ ଗୁରୁତ୍ୱାରୋପ କରାଯିବ। ତାପମାତ୍ରାକୁ ସୀମିତ ରଖିବା ପାଇଁ ପୂର୍ବରୁ ରହିଥିବା ସୁଯୋଗକୁ ଆମେ ହାତଛଡ଼ା କରିଦେଇଛେ। ଆମ ଅର୍ଥନୀତି ଓ ସମାଜଗୁଡ଼ିକରେ ଆମୂଳଚୂଳ ପରିବର୍ତ୍ତନ ଜରିଆରେ ହିଁ ପାଣିପାଗଜନିତ କ୍ରମବର୍ଦ୍ଧିଷ୍ଣୁ ବିପର୍ଯ୍ୟୟରୁ ନିଜକୁ ରକ୍ଷା କରିପାରିବା ବୋଲି ୟୁଏନ୍‌ଡିପି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଇଙ୍ଗର ଆଣ୍ଡରସନ୍‌ କହିଛନ୍ତି। ସେହିପରି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌ କହିଛନ୍ତି, କାର୍ବନ ନ୍ୟୁଟ୍ରାଲିଟିକୁ ସମର୍ଥନ ନ ମିଳିଲେ ଏହାର ଲକ୍ଷ୍ୟ ମୂଲ୍ୟହୀନ ହୋଇଯିବ। ବୈଶ୍ୱିକ ଓ ଜାତୀୟ ସ୍ତରରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ହ୍ରାସ ଲାଗି ଦିଆଯାଉଥିବା ପ୍ରତିଶ୍ରୁତିକୁ ରକ୍ଷା କରାଯାଉନାହିଁ। ଅନ୍ୟ ଭାଷାରେ ଆମେ ଏକ ବୈଶ୍ୱିକ ବିପର୍ଯ୍ୟୟ ଆଡ଼କୁ ଅଗ୍ରସର ହେଉଛେ ବୋଲି ଏକ ଭିଡିଓ ମେସେଜ୍‌ରେ ଗୁଟେରସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?