କାବୁଲ ଉପରେ ବିଶ୍ୱ ନଜର

କାବୁଲ/ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୮: ତାଲିବାନ୍‌ର କାବୁଲ ଦଖଲ ପରେ ସବୁଠି ଆତଙ୍କର ମାହୋଲ। ହମିଦ କାରଜାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ତୁହାକୁ ତୁହା ଗୁଳି ଫୁଟୁଛି। ବିଦେଶୀଙ୍କୁ ସୁରକ୍ଷିତ ଭାବେ ସେମାନଙ୍କ ଦେଶକୁ ପଠାଇବା ଲାଗି ଭିତରେ ଆମେରିକୀୟ ସୈନ୍ୟଙ୍କ ଉପସ୍ଥିତି କେତେକାଂଶରେ ଆଶ୍ୱସ୍ତ କରୁଥିବାବେଳେ ଏୟାରପୋର୍ଟ ବାହାରେ ସଶସ୍ତ୍ର ଆତଙ୍କବାଦୀଙ୍କ ଦୌରାମତ୍‌ୟ ବଢ଼ିବାରେ ଲାଗିଛି। ଯେଉଁ ଆଡ଼େ ଦେଖିଲେ ବନ୍ଧୁକଧାରୀ ତାଲିବାନୀଙ୍କ କଡ଼ା ପହରା। ଆଫଗାନିସ୍ତାନ ନାଗରିକଙ୍କ ବିକ୍ଷୋଭକୁ ଦମନ କରିବା ପାଇଁ ତାଲିବାନ ଲଢ଼ୁଆମାନେ ଚଳାଇଥିବା ହିଂସାମତ୍କ ଦମନଲୀଳା କାବୁଲକୁ ବସ୍ତୁତଃ ଏକ ଯୁଦ୍ଧଭୂଇଁରେ ପରିଣତ କରିଛି। ଇତିମଧ୍ୟରେ ୧୩,୦୦୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ଏୟାରଲିଫ୍ଟ କରାଯାଇଥିବା ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ନାଟୋ ମଧ୍ୟ ଅନ୍ୟ ରାଷ୍ଟ୍ରଗୁଡ଼ିକର ନାଗରିକଙ୍କୁ ସ୍ଥାନାନ୍ତରରେ ସବୁ ପ୍ରକାର ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛି। ତାଲିବାନ ନିଜ ନିୟନ୍ତ୍ରଣ ମଜଭୁତ କରିବା ପାଇଁ ଚାଇନା ଆଡ଼କୁ ସହଯୋଗ ଦୃଷ୍ଟିରେ ଅନାଇ ବସିଛି। ତାଲିବାନ ମୁଖପାତ୍ର ସୁହୈଲ ଶାହିନ କହିଛନ୍ତି, ଆଫଗାନିସ୍ତାନରେ ଶାନ୍ତି ପ୍ରତିଷ୍ଠାକୁ ପ୍ରୋତ୍ସାହନ ଦେବା ପାଇଁ ଚାଇନା ଏକ ସକାରାମତ୍କ ଭୂମିକା ଗ୍ରହଣ କରିଛି। ଦେଶର ପୁନଃ ପ୍ରତିଷ୍ଠା ଦିଗରେ ଅବଦାନ ଲାଗି ବେଜିଂକୁ ସ୍ବାଗତ। ଏହି ପରିପ୍ରେକ୍ଷୀରେ କାବୁଲ ଉପରେ ସାରା ବିଶ୍ୱର ନଜର କେନ୍ଦ୍ରୀଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?