Posted inଖେଳ

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ବିଶ୍ୱର ନମ୍ବର-୧ ଖେଳାଳି

କାବୁଲ,୧୨।୧୧: ଆଫଗାନିସ୍ତାନ କ୍ରିକେଟ ଦଳକୁ ଉଚ୍ଚ ସ୍ଥାନକୁ ନେବାରେ ମହମ୍ମଦ ନବି ଏକ ମହତ୍ୱପୂର୍ଣ ଅବଦାନ ରଖିଛି। କିନ୍ତୁ ହଠାତ୍‌ ସେ କ୍ରିକେଟ୍‌କୁ ଅଲବିଦା କହିଛନ୍ତି। ସେ କହିଛନ୍ତି,ଚାମ୍ପିଅନ୍ସ ଟ୍ରଫି ୨୦୨୫ ପରେ ସେ ଦିନିକିଆ କ୍ରିକେଟରୁ ଅବସର ନେବାକୁ ଯାଉଛନ୍ତି। ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଆଫଗାନିସ୍ତାନ ବାଂଲାଦେଶକୁ ୨-୧ରେ ପରାସ୍ତ କରିଛି। ସିରିଜର ଶେଷ ମ୍ୟାଚରେ ଆଫଗାନିସ୍ତାନର ୫ ଉଇକେଟ ଜିତିବା ପରେ ନବି ଏହି ଅବସର ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ।

ଏହି ସିରିଜରେ ବ୍ୟାଟିଂ କରୁଥିବାବେଳେ ମହମ୍ମଦ ନବି ୧୩୫ ରନ ସ୍କୋର କରିଥିଲେ। ତାଙ୍କର ସର୍ବାଧିକ ସ୍କୋର ୮୪ ରନ ଥିଲା। ଏହା ବ୍ୟତୀତ ସେ ବୋଲିଂରେ ଦୁଇଟି ଉଇକେଟ ନେଇଥିଲେ, ଏହି ପ୍ରଦର୍ଶନ ପାଇଁ ସେ ପ୍ଲେୟାର ଅଫ ଦି ସିରିଜ ହୋଇଥିଲେ। ପୁରସ୍କାର ଗ୍ରହଣ କରି ମହମ୍ମଦ ନବି କହିଛନ୍ତି, ମୁଁ ଗତ ବିଶ୍ୱକପ ପରେ ଅବସର ନେବାକୁ ନିଷ୍ପତ୍ତି ନେଇଥିଲି, କିନ୍ତୁ ତା’ପରେ ଆମେ ଚାମ୍ପିଅନ୍ସ ଟ୍ରଫି ପାଇଁ ଯୋଗ୍ୟତା ଅର୍ଜନ କରିଥିଲୁ। ମୁଁ ଅନୁଭବ କଲି ଯେ ମୁଁ ଏହି ଟୁର୍ନାମେଣ୍ଟରେ ଖେଳିପାରେ।

ମହମ୍ମଦ ନବୀ ୨୦୦୯ରୁ ଆଫଗାନିସ୍ତାନ ପାଇଁ ଖେଳୁଛନ୍ତି। ତାଙ୍କର ପ୍ରାୟ ଦେଢ ଼ ଦଶନ୍ଧି କ୍ୟାରିୟରରେ ସେ ଏପର୍ଯ୍ୟନ୍ତ ୧୬୭ ଟି ଦିନିକିଆ ମ୍ୟାଚରେ ନିଜ ଦେଶକୁ ପ୍ରତିନିଧିତ୍ୱ କରିଛନ୍ତି। ଏହି ଅବଧିରେ ସେ ବ୍ୟାଟିଂରେ ୩,୫୦୦ ରନ ଏବଂ ବୋଲିଂରେ ୧୭୨ ଉଇକେଟ ନେଇଛନ୍ତି। ନବି ବର୍ତ୍ତମାନ ଦିନିକିଆ କ୍ରିକେଟରେ ବିଶ୍ୱର ନମ୍ବର -୧ ଅଲରାଉଣ୍ଡର ଖେଳାଳି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri