ଉତ୍କଟ ହେଉଛି ଜଳସଙ୍କଟ

ବରୀ,୪ା୪(ଡି.ଏନ.ଏ.): ରାଜ୍ୟ ସରକାର ପ୍ରତି ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ଏଥିଲାଗି ପ୍ରକଳ୍ପ ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର ହେଉଛି। ମାତ୍ର ଦାୟିତ୍ୱରେ ଥିବା ଠିକାଦାରଙ୍କ ମନମୁଖି କାର୍ଯ୍ୟ ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ବହୁ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ଅଧାପନ୍ତରିଆ ଭାବେ ପଡ଼ିରହିଛି। ଫଳରେ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ଯାହାର ଉଦାହରଣ ଦେଖିବାକୁ ମିଳିଛି ବରୀ ବ୍ଲକ୍‌ ଅଞ୍ଚଳରେ। ଏହି ବ୍ଲକ୍‌ ଅଧୀନ ୨୯ ପଞ୍ଚାୟତର ୧୧୧ଟି ରାଜସ୍ବ ଗ୍ରାମ ମଧ୍ୟରୁ ଅର୍ଦ୍ଧାଧିକ ଗ୍ରାମବାସୀ ଅଦ୍ୟାବଧି ଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବିଶେଷକରି ବ୍ଲକ ଅଧୀନ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ, ଅଟିରା ପଞ୍ଚାୟତ, ଧାରପୁର, ମହାକାଳପଡ଼ା, ବାଲିବିଲ ଓ ଅମଠପୁର ଆଦି ପଞ୍ଚାୟତରେ ଚାଲିଥିବା ପ୍ରକଳ୍ପଗୁଡ଼ିକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବାକୁ ଦାୟିତ୍ୱରେ ଥିବା ଠିକାଦାର ଚୁକ୍ତିବଦ୍ଧ ହୋଇଥିଲେ ମଧ୍ୟ ଅଧାରୁ କାମ ବନ୍ଦ ରଖିଛନ୍ତି। ଏଥିଯୋଗୁ ଅଞ୍ଚଳରେ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି।
ଏତଦ୍‌ବ୍ୟତୀତ ଗ୍ରୀଷ୍ମଋତୁ ଆରମ୍ଭରୁ ବ୍ରାହ୍ମଣୀ ନଦୀ ଶଯ୍ୟା ଶୁଷ୍କ ପଡ଼ିବା ଓ ଭୂତଳ ଜଳସ୍ତର କ୍ରମଶଃ କମୁଥିବାରୁ ଏହି ଅଞ୍ଚଳରେ ଥିବା କୂଅଗୁଡିକ ଶୁଖିବାକୁ ଲାଗିଲାଣି। ଅମଠପୁର ପଞ୍ଚାୟତର ୧ ନଂ. ଓ ୨ନଂ. ଓ୍ବାର୍ଡର ମହିଳାମାନେ ନିକଟସ୍ଥ ବିରୂପା ନଦୀରୁ ପାନୀୟ ଜଳ ସଂଗ୍ରହ କରିବା ସରକାରଙ୍କ ବସୁଧା ଯୋଜନାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଏପରି କି ବିଭିନ୍ନ ସମୟରେ ସ୍ଥାନୀୟ ଲୋକେ ପାନୀୟଜଳ ନିମନ୍ତେ ଜିଲା ପ୍ରଶାସନଠାରୁ ଆରମ୍ଭ କରି ବ୍ଲକ୍‌ ପ୍ରଶାସନ ନିକଟରେ ଦାବି କରି ଆସୁଥିଲେ ମଧ୍ୟ ପ୍ରଶାସନିକ ଅଧିକାରୀଙ୍କ ପ୍ରତିଶ୍ରୁତି ପାଣିରଗାର ପାଲଟିଛି। ବିଶ୍ୱ ଜଳ ଦିବସରେ ମହାକାଳପଡ଼ା ପଞ୍ଚାୟତ ଅଧୀନ ମିତ୍ରସେନପୁର ଗ୍ରାମର ମହିଳା ଓ ଗ୍ରାମବାସୀ ହାତରେ ମାଠିଆ ଏବଂ ବାଲ୍‌ତି ଧରି ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଥିଲା। ତେବେ ଗ୍ରୀଷ୍ମ ପ୍ରବାହ କ୍ରମଶଃ ବୃଦ୍ଧି ପାଉଥିବାରୁ ଲୋକଙ୍କ ଆବଶ୍ୟକତାକୁ ଆଖି ଆଗରେ ରଖି ଅଧାପନ୍ତରିଆ ପାନୀୟ ଜଳ ପ୍ରକଳ୍ପ ଗୁଡିକର କାର୍ଯ୍ୟ ଶୀଘ୍ର ଶେଷ କରିବା ଦିଗରେ ଜିଲାପାଳ ପଦକ୍ଷେପ ନେବାକୁ ସାମାଜିକ କର୍ମୀ ପର୍ଶୁରାମ ବିଶ୍ୱାଳ, ସତ୍ୟରଞ୍ଜନ କର, କୁଳମଣି ଶୁକ୍ଳ, ନିମାଇଁ ରାୟ ଓ ରମାକାନ୍ତ ମଣ୍ଡଳ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ଜଳ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ସୁଶାନ୍ତ କୁମାର ଘଡ଼ାଇଙ୍କୁ ପଚାରିବାରେ ସେ କହିଛନ୍ତି, ବରୀରେ ନିର୍ମାଣାଧୀନ ବହୁ ପ୍ରକଳ୍ପରୁ ଲୁଣାପାଣି ବାହାରୁଥିବାରୁ ତାହା ପାନୀୟ ଉପଯୋଗୀ ହୋଇପାରୁନାହିଁ। ଖୁବ୍‌ଶୀଘ୍ର ସେହି ଜଳକୁ ବିଶୋଧନ କରାଯାଇ ପାନୀୟ ଉପଯୋଗୀ କରିବା କ୍ଷେତ୍ରରେ ପଦକ୍ଷେପ ନିଆଯିବ। ତେବେ ଅନ୍ୟ ଯେଉଁ ସ୍ଥାନରେ ଜଳ ସମସ୍ୟା ରହିଛି ତା’ର ତୁରନ୍ତ ସମାଧାନ କରାଯିବ ବୋଲି ଘଡ଼ାଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri