ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟି ନିମନ୍ତ୍ରଣପତ୍ର ଦେଲେ ଯଜ୍ଞ ପରିଚାଳନା କମିଟି

ଗଞ୍ଜାମ,୧୯।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଶୁକ୍ରବାରଠୁ ଚବିଶି ପ୍ରହର ମହାଯଜ୍ଞ ଅନୁଷ୍ଠିତ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ଜଣାପଡିଛି । ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଏବଂ ନୂତନ ଚୈତନ୍ୟ ମଠ ପ୍ରତିଷ୍ଠା ଉପଲକ୍ଷେ ଏହି ଯଜ୍ଞ ଆୟୋଜନ କରାଯାଇଥିବା ଗ୍ରାମବାସୀ ପକ୍ଷରୁ କୁହାଯାଇଛି । ଶୁକ୍ରବାର କଳସ ଯାତ୍ରା ଅନୁଷ୍ଠିତ ହେବ। ଏନେଇ ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ଭେଟି ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ଗ୍ରାମ୍ୟ ଭଦ୍ରଲୋକ ତଥା ଯଜ୍ଞ ପରିଚାଳନା କମିଟି । ଆଇନଜୀବୀ ଦୁର୍ଯ୍ୟୋଧନ ରେଡି, ସଭାପତି ଆର ହରିହର ରେଡି, ଏନ ଗଙ୍ଗାଧର ରେଡି,ଏ ଗୌରା ରେଡି, ସୁମୁନାଥ ରେଡି, ଆର ସନ୍ତୋଷ ରେଡି, ଏସ ପର୍ଶୁରାମ ରେଡି, ଆର ଶ୍ରୀରାମ ରେଡିଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଆଖପାଖ ଅଞ୍ଚଳରେ ପ୍ରାୟ ପାଞ୍ଚ ହଜାରରୁ ଅଧିକ ମହିଳା ପୁରୁଷ କଳସ ଯାତ୍ରାରେ ସାମିଲ ହେଉଥିବା ଦୃଷ୍ଟି କୋଣରୁ ଯଜ୍ଞ ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏଥିସହ ପାଞ୍ଚ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଗୋ ଯଜ୍ଞ, ନାମ ଯଜ୍ଞ, ଘୃତ ଯଜ୍ଞ ଏବଂ ଅର୍ଣ୍ଣ ଯଜ୍ଞ ଆଦି ଅନୁଷ୍ଠିତ ହେବ । ଏଥିପାଇଁ ବିଭିନ୍ନ ବିଭାଗୀୟ ଅଧିକାରୀ ତଥା ତହସିଲ, ବ୍ଲକ,ଜନ ସ୍ବାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଛି ବୋଲି ଲକ୍ଷ୍ମୀପୁର ଗ୍ରାମରେ ସୋମନାଥ ରେଡି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏଥିସହ ରୋଡ଼ ପାର୍ଶ୍ୱରେ ଯଜ୍ଞ ହେଉଥିବା ଏବଂ ରାମଦୋଳି ମିନବଜାର ଆଦି ଯୋଗୁ ଆଇନଶୃଙ୍ଖଳା ନିମନ୍ତେ ଗଞ୍ଜାମ ଥାନା ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି ବୋଲି ସେ କହିଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

ଖେମୁଣ୍ଡି କଲେଜରେ ନିଶାମୁକ୍ତ ଅଭିଯାନ ସଚେତନତା ସଭା, ନିଶା ଦ୍ରବ୍ୟ ସେବନ ବିରୋଧରେ ଛାତ୍ରୀ ଛାତ୍ର କଲେ ପ୍ରତିଜ୍ଞା

ଦିଗପହଣ୍ଡି,୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତି କରଣ ୟୁନିଟ , ଜାତୀୟ ସେବା ସଂସ୍ଥା(ଏନଏସଏସ) ଶାଖା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri