Posted inଜାତୀୟ

୪ ବର୍ଷ ପୂରଣ କରି ରେକର୍ଡ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୯।୩: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଭାଜପା ସରକାର ୪ ବର୍ଷ ପୂରଣ କରିଛନ୍ତି। ମାର୍ଚ୍ଚ ୧୯, ୨୦୧୭ରେ ଗୋରଖପୁର ଲୋକ ସଭା ନିର୍ବାଚନମଣ୍ଡଳୀର ତତ୍କାଳୀନ ଏମ୍‌ପି ଯୋଗୀ ଆଦିତ୍ୟନାଥ ଦେଶର ବୃହତ୍ତମ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ରାଜ୍ୟର ଦାୟିତ୍ୱ ଗ୍ରହଣ କରିଥିଲେ। ଯୋଗୀ ଆଦିତ୍ୟନାଥ ୪ ବର୍ଷ କାର୍ଯ୍ୟକାଳ ମଧ୍ୟରେ ତାଙ୍କ ଯୋଜନା ମାଧ୍ୟମରେ ଅନେକ ସଫଳତା ହାସଲ କରିଛନ୍ତି। ଏଥି ସହ ଭାଜପାର ମୁଖ୍ୟମନ୍ତ୍ରୀ ଭାବେ ସେ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ହେଉଛନ୍ତି ଭଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ଯିଏ ଉତ୍ତର ପ୍ରଦେଶ ସରକାରରେ ଏତେ ଲମ୍ବା କାର୍ଯ୍ୟକାଳ ପୂରଣ କରିଛନ୍ତି। ଯୋଗୀ ଆଦିତ୍ୟନାଥ ହେଉଛନ୍ତି ଉତ୍ତରପ୍ରଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଯିଏ କ୍ଷମତାରେ ୪ ବର୍ଷ ପୂରଣ କରିଛନ୍ତି। ୧୮ ମାର୍ଚ୍ଚ ୨୦୨୧ରେ, ସେ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟକାଳର ୧,୪୬୦ ଦିନ ପୂରଣ କରିଛନ୍ତି। ଏହା ସହ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ପ୍ରଥମ ଭାଜପା ନେତା, ଯିଏ ଦୀର୍ଘ ଦିନ ଧରି ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି। ଯୋଗୀ ଆଦିତ୍ୟନାଥଙ୍କ ପୂର୍ବରୁ ଭାଜପାର ରାଜନାଥ ସିଂ, ରାମ ପ୍ରକାଶ ଗୁପ୍ତା ଏବଂ କଲ୍ୟାଣ ସିଂ ମଧ୍ୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହି ତିନିଜଣ ମୁଖ୍ୟମନ୍ତ୍ରୀ ୨୧ ସେପ୍ଟେମ୍ବର ୧୯୯୭ରୁ ମାର୍ଚ୍ଚ ୨୦୦୨ପର୍ଯ୍ୟନ୍ତ ଉତ୍ତରପ୍ରଦେଶର ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ୫ ବର୍ଷ ମଧ୍ୟରେ ଭାଜପାର ଏହି ତିନି ନେତାଙ୍କୁ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ମିଳିଥିଲା କିନ୍ତୁ ଏତେ ଦିନ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟିର କୌଣସି ମୁଖ୍ୟମନ୍ତ୍ରୀ ରହି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri