ଗାଁକୁ ଡାକି ପ୍ରେମିକାଙ୍କୁ ଜାଳିଦେଲେ ଯୁବକ

ପୁରୁଷୋତ୍ତମପୁର,୨୮ା୭(ଡି.ଏନ.ଏ.):ପ୍ରେମିକାଙ୍କୁ ନିଜ ଗଁାକୁ ଡାକି ତାଙ୍କ ଉପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି ଜଣେ ଯୁବକ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ଏହି ଘଟଣା ଘଟିଛି। ରାତିରେ ବ୍ରହ୍ମପୁର ବଡ଼ ମେଡିକାଲରେ ଯୁବତୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ବାଲିପଦର ଅଞ୍ଚଳର ଶୁଭସ୍ମିତା ଖାଡ଼ଙ୍ଗା (୨୫)। ଅଭିଯୁକ୍ତ ଯୁବକ ପ୍ରତାପୁରର କୃଷ୍ଣଚନ୍ଦ୍ର ସାହୁଙ୍କୁ ପୋଲିସ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି। କେଉଁ କାରଣରୁ କୃଷ୍ଣଚନ୍ଦ୍ର ଶୁଭସ୍ମିତାଙ୍କ ଉପରେ ପେଟ୍ରୋଲ ଢାଳିଲେ ତାହା ସ୍ପଷ୍ଟ ହୋଇନାହିଁ।
ମିଳିଥିବା ସୂଚନା ଅନୁଯାୟୀ, ପ୍ରତାପୁର ଗ୍ରାମର ଏକ ପରିତ୍ୟକ୍ତ ଘରୁ ଜଣେ ଯୁବତୀଙ୍କ ଚିତ୍କାର ଶୁଣି ନିକଟସ୍ଥ ଜମିରେ କାମ କରୁଥିବା ଲୋକେ ସେଠାକୁ ଦୌଡ଼ି ଆସିଥିଲେ। ସେତେବେଳକୁ ଯୁବତୀଙ୍କ ଶରୀରରେ ନିଅଁା ଲାଗିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନା ଆଇଆଇସି ଜଗନ୍ନାଥ ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରି ପୋଲିସ ଗାଡ଼ିରେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ପୁରୁଷୋତ୍ତମପୁର ତହସିଲଦାର ନୀତୀଶ କୁମାର ତ୍ରିପାଠୀ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ପୋଲିସ ଓ ତହସିଲଦାରଙ୍କ ସମ୍ମୁଖରେ ଯୁବତୀ ଜଣକ ତାଙ୍କ ନାମ ଶୁଭସ୍ମିତା ବୋଲି କହିବା ସହ ପରିଚୟ ଦେଇଥିଲେ। କୃଷ୍ଣଚନ୍ଦ୍ରଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିବା ସେ କହିଥିଲେ। କୃଷ୍ଣଚନ୍ଦ୍ର ଡାକିବା ପ୍ରକାରେ ଶୁଭସ୍ମିତା ପ୍ରତାପୁରକୁ ଆସିଥିଲେ। ଏହାପରେ ତାଙ୍କୁ କୃଷ୍ଣଚନ୍ଦ୍ର ଏକ ଘରକୁ ନେଇ ହଠାତ୍‌ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ସେ କହିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଶୁଭସ୍ମିତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ କୃଷ୍ଣଚନ୍ଦ୍ର ବାଇକ୍‌ ଯୋଗେ ଖସିଯିବା ଲାଗି ଉଦ୍ୟମ କରୁଥିବା ବେଳେ ପୋଲିସ ତାଙ୍କୁ କାବୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri