ହୋଟେଲ ମାଲିକଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦିନ ଦ୍ୱିପହରରେ ଜଣେ ହୋଟେଲ ମାଲିକଙ୍କୁ କଟୁରି ଧରି ଗୋଡାଇ ଗୋଡାଇ ହାଣିଲେ ଯୁବକ। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ରସୁଲଗଡ଼ରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବକଙ୍କ କଟୁରି ଚୋଟରେ ରସୁଲଗଡର ବିମ୍ବାଧର ଓରଫ ବମ୍ବେ ଜେନା (୬୦)ଙ୍କ କାନ, ମୁଣ୍ଡ ଓ ଗାଲରେ ଗଭୀର ଆଘାତ ଲାଗିବାରୁ ଆହତ ହୋଇଛନ୍ତି। ଆହତ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ କ୍ୟାପିଟାଲ ପରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ମଞ୍ଚେଶ୍ୱର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ହୋଟେଲର ସମସ୍ତ କର୍ମଚାରୀଙ୍କୁ ପଚରାଉଚରା କରିଛି। ଏଥିସହ ଏଭଳି କାଣ୍ଡ ଭିଆଇଥିବା ଉକ୍ତ ଅଞ୍ଚଳର ଯୁବକଙ୍କୁ ଅଟକ ରଖି ଘଟଣାର ଅଧିକ ତଦନ୍ତ ଚଳାଇଛି। ଅନ୍ୟପଟେ ଥାନାଠାରୁ ମାତ୍ର ୩୦୦ ମିଟର ଦୂରରେ ଏଭଳି ଘଟଣା ଘଟିବାକୁ ନେଇ ଅପରାଧୀମାନେ ପୋଲିସକୁ ନ ଡରିବା ସହ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ବୋଲି ସାଧାରଣରେ ଆଲୋଚନା ହେଉଛି।
ସ୍ଥାନୀୟ ଲୋକଙ୍କ କହିବାନୁସାରେ, ଉଭୟ ହୋଟେଲ ମାଲିକ ବିମ୍ବାଧର ଏବଂ ଅଟକ ଯୁବକଙ୍କ ପରିବାର ମଧ୍ୟରେ ହୋଟେଲର ପଛ ପାର୍ଶ୍ୱରେ ଥିବା ପ୍ଲଟକୁ ନେଇ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଛି। ଗତ ୪୪ ବର୍ଷ ଧରି ଉକ୍ତ ଜମିର ମାଲିକାନାକୁ ନେଇ ଉଭୟ ପରିବାର ଏକ ଆଇନଗତ ଲଢ଼େଇ କରୁଥିଲେ। ୨ ପରିବାରଙ୍କ ଉପସ୍ଥିତିରେ ରାଜସ୍ବ ଅଧିକାରୀଙ୍କ ଦ୍ୱାରା ତର୍ଜମା କରାଯାଇଥିଲା। ତର୍ଜମା ପରେ ଜଣାପଡିଥିଲା ଯେ ଯୁବକଙ୍କ ପରିବାରର ସେଥିରେ କୌଣସି ଜାଗା ନାହିଁ । ଏ ନେଇ ୧୨ ଦିନ ପୂର୍ବରୁ ଓଡ଼ିଶା ହାଇକୋର୍ଟ ବିମ୍ବାଧରଙ୍କ ସପକ୍ଷରେ ଆଦେଶ ଦେବା ପରେ ଏହି ଜମି ଅଧିକାର କରିଥିଲେ। ଏହାସହ ଉକ୍ତ ଜାଗାରେ ଗଣ୍ଡଗୋଳ ଆଶଙ୍କା ଥିବାରୁ ୧୪୪ ଧାରା ଲାଗୁ କରାଯାଇଥିଲା। ତେବେ ଏଥିରେ ଉତ୍‌କ୍ଷିପ୍ତ ହୋଇ ଉକ୍ତ ଯୁବକ ଶୁକ୍ରବାର ସକାଳେ ହୋଟେଲ ପଛ ପଟେ ବସିଥିବା ବିମ୍ବାଧରଙ୍କୁ ଅଚାନକ ଆକ୍ରମଣ କରିଥିଲା। ସ୍ଥାନୀୟ ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଆହତ ବିମ୍ବାଧରଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri