ହୋଟେଲ ମାଲିକଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦିନ ଦ୍ୱିପହରରେ ଜଣେ ହୋଟେଲ ମାଲିକଙ୍କୁ କଟୁରି ଧରି ଗୋଡାଇ ଗୋଡାଇ ହାଣିଲେ ଯୁବକ। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ରସୁଲଗଡ଼ରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବକଙ୍କ କଟୁରି ଚୋଟରେ ରସୁଲଗଡର ବିମ୍ବାଧର ଓରଫ ବମ୍ବେ ଜେନା (୬୦)ଙ୍କ କାନ, ମୁଣ୍ଡ ଓ ଗାଲରେ ଗଭୀର ଆଘାତ ଲାଗିବାରୁ ଆହତ ହୋଇଛନ୍ତି। ଆହତ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ କ୍ୟାପିଟାଲ ପରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ମଞ୍ଚେଶ୍ୱର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ହୋଟେଲର ସମସ୍ତ କର୍ମଚାରୀଙ୍କୁ ପଚରାଉଚରା କରିଛି। ଏଥିସହ ଏଭଳି କାଣ୍ଡ ଭିଆଇଥିବା ଉକ୍ତ ଅଞ୍ଚଳର ଯୁବକଙ୍କୁ ଅଟକ ରଖି ଘଟଣାର ଅଧିକ ତଦନ୍ତ ଚଳାଇଛି। ଅନ୍ୟପଟେ ଥାନାଠାରୁ ମାତ୍ର ୩୦୦ ମିଟର ଦୂରରେ ଏଭଳି ଘଟଣା ଘଟିବାକୁ ନେଇ ଅପରାଧୀମାନେ ପୋଲିସକୁ ନ ଡରିବା ସହ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ବୋଲି ସାଧାରଣରେ ଆଲୋଚନା ହେଉଛି।
ସ୍ଥାନୀୟ ଲୋକଙ୍କ କହିବାନୁସାରେ, ଉଭୟ ହୋଟେଲ ମାଲିକ ବିମ୍ବାଧର ଏବଂ ଅଟକ ଯୁବକଙ୍କ ପରିବାର ମଧ୍ୟରେ ହୋଟେଲର ପଛ ପାର୍ଶ୍ୱରେ ଥିବା ପ୍ଲଟକୁ ନେଇ ଦୀର୍ଘ ଦିନ ଧରି ବିବାଦ ଲାଗି ରହିଛି। ଗତ ୪୪ ବର୍ଷ ଧରି ଉକ୍ତ ଜମିର ମାଲିକାନାକୁ ନେଇ ଉଭୟ ପରିବାର ଏକ ଆଇନଗତ ଲଢ଼େଇ କରୁଥିଲେ। ୨ ପରିବାରଙ୍କ ଉପସ୍ଥିତିରେ ରାଜସ୍ବ ଅଧିକାରୀଙ୍କ ଦ୍ୱାରା ତର୍ଜମା କରାଯାଇଥିଲା। ତର୍ଜମା ପରେ ଜଣାପଡିଥିଲା ଯେ ଯୁବକଙ୍କ ପରିବାରର ସେଥିରେ କୌଣସି ଜାଗା ନାହିଁ । ଏ ନେଇ ୧୨ ଦିନ ପୂର୍ବରୁ ଓଡ଼ିଶା ହାଇକୋର୍ଟ ବିମ୍ବାଧରଙ୍କ ସପକ୍ଷରେ ଆଦେଶ ଦେବା ପରେ ଏହି ଜମି ଅଧିକାର କରିଥିଲେ। ଏହାସହ ଉକ୍ତ ଜାଗାରେ ଗଣ୍ଡଗୋଳ ଆଶଙ୍କା ଥିବାରୁ ୧୪୪ ଧାରା ଲାଗୁ କରାଯାଇଥିଲା। ତେବେ ଏଥିରେ ଉତ୍‌କ୍ଷିପ୍ତ ହୋଇ ଉକ୍ତ ଯୁବକ ଶୁକ୍ରବାର ସକାଳେ ହୋଟେଲ ପଛ ପଟେ ବସିଥିବା ବିମ୍ବାଧରଙ୍କୁ ଅଚାନକ ଆକ୍ରମଣ କରିଥିଲା। ସ୍ଥାନୀୟ ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଆହତ ବିମ୍ବାଧରଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri