ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ଅନ୍ତସତ୍ତ୍ୱା କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌ଦଣ୍ଡ

କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଜଣେ ନାବାଳିକା ବଳାତ୍କାରୀଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ ୨ବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟ ଶୁଣାଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ବାଂଶପାଳ ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ତେଲକୋଇ ଥାନା ଖୁଣ୍ଟାପଡ଼ା ଗ୍ରାମର ଅଭିଯୁକ୍ତ ହାପି ଓରଫ ପ୍ରଶାନ୍ତ ସେଠୀ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ବଳାତ୍କାର କରି ଅନ୍ତସତ୍ତ୍ୱା କରିଥିଲେ ଏବଂ ଏହି ଘଟଣା କାହାରିକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଉକ୍ତ ଘଟଣାକୁ ନେଇ ପୀଡ଼ିତା ସଦର ଥାନାରେ ଲିଖିତ ଅଭିଯୋଗ କରିବା ପରେ କେସ୍‌ ନମ୍ବର ୨୦୯/୨୦ରେ ମାମଲା ରୁଜୁ ହୋଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଏହି ମାମଲାରେ ୧୯ ଜଣ ସାକ୍ଷୀଙ୍କ ବୟାନ ଏବଂ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଅଭିଯୁକ୍ତଙ୍କୁ ଆଜି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୨ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପୀଡ଼ିତାଙ୍କୁ ଅନୁକମ୍ପାମୂଳକ ୭ ଲକ୍ଷ ଟଙ୍କା ଦେବାକୁ ଆଦେଶ କରିଛନ୍ତି। ପୀଡ଼ିତାଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଜ୍ଞାନେନ୍ଦ୍ର ନାଥ ଜେନା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri