ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ଅନ୍ତସତ୍ତ୍ୱା କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌ଦଣ୍ଡ

କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଜଣେ ନାବାଳିକା ବଳାତ୍କାରୀଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ ୨ବର୍ଷ ଜେଲ୍‌ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟ ଶୁଣାଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ବାଂଶପାଳ ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ତେଲକୋଇ ଥାନା ଖୁଣ୍ଟାପଡ଼ା ଗ୍ରାମର ଅଭିଯୁକ୍ତ ହାପି ଓରଫ ପ୍ରଶାନ୍ତ ସେଠୀ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ବଳାତ୍କାର କରି ଅନ୍ତସତ୍ତ୍ୱା କରିଥିଲେ ଏବଂ ଏହି ଘଟଣା କାହାରିକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଉକ୍ତ ଘଟଣାକୁ ନେଇ ପୀଡ଼ିତା ସଦର ଥାନାରେ ଲିଖିତ ଅଭିଯୋଗ କରିବା ପରେ କେସ୍‌ ନମ୍ବର ୨୦୯/୨୦ରେ ମାମଲା ରୁଜୁ ହୋଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଏହି ମାମଲାରେ ୧୯ ଜଣ ସାକ୍ଷୀଙ୍କ ବୟାନ ଏବଂ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଅଭିଯୁକ୍ତଙ୍କୁ ଆଜି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୨ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପୀଡ଼ିତାଙ୍କୁ ଅନୁକମ୍ପାମୂଳକ ୭ ଲକ୍ଷ ଟଙ୍କା ଦେବାକୁ ଆଦେଶ କରିଛନ୍ତି। ପୀଡ଼ିତାଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଜ୍ଞାନେନ୍ଦ୍ର ନାଥ ଜେନା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri