କରୋନା ଟିକା ପ୍ରସ୍ତୁତ କରିଥିବା ଦାବିକଲେ ଯୁବକ: ଡ୍ରଗ୍ସ ଇନ୍ସପେକ୍ଟରଙ୍କ ଖୋଳତାଡ଼ ଆରମ୍ଭ

ବରଗଡ଼ ଅଫିସ,୨୬।୯: ବିଶ୍ୱରେ କରୋନା(କୋଭିଡ-୧୯) ସଂକ୍ରମଣ ବ୍ୟାପି ଚାଲିଛି । ଏ ପର୍ଯ୍ୟନ୍ତ ଏହାର କୌଣସି ଠୋସ ପ୍ରତିଷେଧକ ଔଷଧ କିମ୍ବା ଭ୍ୟାକସିନ୍‌ ବାହାରି ପାରି ନାହିଁ। ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ( ଡବ୍ଲୁଏଚ୍‌ଓ) ତଥା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଦିନରାତି ଲାଗି ପଡିଥିଲେ ହେଁ, ସେଥିରେ ବର୍ତ୍ତମାନ ସୁଦ୍ଧା ସକ୍ଷମ ହୋଇ ପାରି ନାହାନ୍ତି।
ଅନ୍ୟପକ୍ଷରେ ବରଗଡ଼ ଜିଲା ଭେଡେନ୍‌ ଥାନା ରୁଷୁଡା ଅଞ୍ଚଳର ଜଣେ ଯୁବକ ପ୍ରହଲ୍ଲାଦ ବିଶି ନିଜେ କୋଭିଡ-୧୯ ପ୍ରତିଷେଧକ ଟୀକା (ଭ୍ୟାକସିନ୍‌) ପ୍ରସ୍ତୁତ କରିଛନ୍ତି ବୋଲି ଦାବି କରିବା ଆଲୋଡ଼ନ ସୃଷ୍ଟି କରିଛି। ଏ ନେଇ ଖବରପାଇ ବରଗଡ଼ ଡ୍ରଗ୍ସ ଇନ୍ସପେକ୍ଟର ସସ୍ମିତା ଦେହୁରୀ ସମ୍ପୃକ୍ତ ଯୁବକଙ୍କ ପାଖରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛନ୍ତି। ତାଙ୍କ ପାଖରୁ ଲାଲ ଓ ନୀଳ ରଙ୍ଗର ୧୨ ଭାଏଲ ସେହି ତଥାକଥିତ ଟିକା, ସିରିଞ୍ଜ ଆଦି ଜବତ୍‌ ହୋଇଛି ବୋଲି ଡ୍ରଗ୍ସ ଇନ୍ସପେକ୍ଟର ଦେହୁରୀ କହିଛନ୍ତି। ଏ ସମ୍ପର୍କରେ ଡ୍ରଗ୍ସ କଣ୍ଟ୍ରୋଲ ରୁମ୍‌କୁ ଜଣାଯିବା ସହିତ ଏକ ନମୁନା ପରୀକ୍ଷା ପାଇଁ ଲାବୋରେଟୋରୀକୁ ପଠାଯାଇଛି ବୋଲି ଦେହୁରୀ କହିଛନ୍ତି। ସେହିପରି ସମ୍ପୃକ୍ତ ଯୁବକ ଡ୍ରଗ୍ସ ଆକ୍ଟ ଉଲ୍ଲଂଘନ କରିଥିବା ଯୋଗୁ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡ୍ରଗ୍ସ ଇନ୍ସପେକ୍ଟର ଦେହୁରୀ କହିଛନ୍ତିି। ଅନ୍ୟପଟେ ସେ ଭ୍ୟାକସିନ ପ୍ରସ୍ତୁତ କରିବା ପରେ ନିଜେ ଖବର ଦେବାରୁ ଡ୍ରଗ୍ସ ଇନ୍ସପେକ୍ଟର ଦେହୁରୀ ତାଙ୍କ ପାଖକୁ ପହଞ୍ଚି ଥିଲେ ବୋଲି ସମ୍ପୃକ୍ତ ଯୁବକ କହିଛନ୍ତି । ସେହି ଭ୍ୟାକସିନ୍‌ ପ୍ରୟୋଗ କଲେ ତାହା ନିଶ୍ଚିତ କାମ ଦେବ ବୋଲି ଯୁବକ ଜଣକ କହିଛନ୍ତି। ସମ୍ପୃକ୍ତ ଯୁବକ ଜଣକ ଭେଡେନ୍‌ ଥାନା ରେମଣ୍ଡା ଅଞ୍ଚଳର ମୂଳ ବାସିନ୍ଦା ଏବଂ ଗତ କିଛିମାସ ହେଲା, ସେ ରୁଷୁଡାର ଏକ ଭଡାଘରେ ବାସ କରୁଛନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଘଟଣାଟି ଜିଲାରେ ହଇଚଇ ସୃଷ୍ଟି କରି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri