ମାସେ ପରେ ଥିଲା ବାହାଘର, ଛପା ସରିଥିଲା କାର୍ଡ; ଆତ୍ମହତ୍ୟା କରିଦେଲେ ଯୁବକ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ) : ମାସେ ପରେ ଯୁବକଙ୍କ ବାହାଘର ହୋଇଥାନ୍ତା। ଏଥିପାଇଁ ପରିବାର ପକ୍ଷରୁ ପ୍ରସ୍ତୁତି ଚାଲିଥିଲା। କାର୍ଡ ଛପା ସରିଥିଲାବେଳେ ପରିବାରରେ ଖୁସିର ପରିବେଶ ଲାଗି ରହିଥିଲା। ଏପରିସ୍ଥିତିରେ ଯୁବକ ଜଣକ ଶନିବାର ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଛନ୍ତି। ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁରରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତ ଯୁବକ ହେଲେ ଏକ ଜୁଏଲାରୀ ଶୋ’ରୁମ୍‌ ମ୍ୟାନେଜର କଟକ ବଡମ୍ବାର ନରସିଂହପୁର ଲେହେଙ୍ଗାର ଜ୍ଞାନରଞ୍ଜନ ପ୍ରଧାନ(୩୩)। ଧଉଳି ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ମୃତଦେହକୁ ଜବତ କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ବ୍ୟବଚ୍ଛେଦ ପରେ ପୋଲିସ ଜ୍ଞାନରଞ୍ଜନଙ୍କ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଥାନା ଅଧିକାରୀ ଚିତ୍ତରଞ୍ଜନ ରାଉତ କହିଛନ୍ତି, ଗତ କିଛିଦିନ ହେବ ଜ୍ଞାନରଞ୍ଜନ ଚିନ୍ତିତ ଥିଲେ ବୋଲି ତାଙ୍କ ଭାଇ କହିଛନ୍ତି। ତାଙ୍କର ବିବାହ ଠିକ୍‌ ହୋଇଥିଲା। ମାସେ ପରେ ସେ ବିବାହ କରିଥାନ୍ତେ। କ’ଣ ପାଇଁ ସେ ମାନସିକ ଚିନ୍ତାରେ ଥିଲେ ଓ କାହିଁକି ଆତ୍ମହତ୍ୟା କଲେ ତା’ର ତଦନ୍ତ ଚାଲିଛଇ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତଦନ୍ତକୁ ତ୍ୱରାନ୍ବିତ କରାଯିବା ସହ ଘଟଣା ଉପରୁ ପରଦା ହଟିବ ବୋଲି ସେ କହିଛନ୍ତି।

ସୂଚନାନୁସାରେ, ଜ୍ଞାନରଞ୍ଜନ ଧଉଳି ଥାନା ଲିଙ୍ଗିପୁରରେ ଭଡାରେ ରହିବା ସହ ମାଷ୍ଟର କ୍ୟାଣ୍ଟିନରେ ଥିବା ଏକ ଜୁଏଲରୀ ଶୋ’ରୁମ୍‌ର ମ୍ୟାନଜର ଭାବେ କାମ କରୁଥିଲେ। ଶନିବାର ସକାଳୁ ପରିବାର ଲୋକଙ୍କ ସହ ଜ୍ଞାନରଞ୍ଜନ କଥା ହୋଇଥିଲେ। ଅପରାହ୍ନ ୩ଟାରେ ବଡ ଭାଇ ବାରମ୍ବାର ଫୋନ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ। ସହକର୍ମୀଙ୍କୁ ଯୋଗାଯୋଗ କରିବାରୁ ସେ ଶୋ’ରୁମ୍‌ ଆସି ନ ଥିବା ଜାଣିବା ପରେ ସନ୍ଦେହ ବଢ଼ିଥିଲା। ତେଣୁ ଏନେଇ ପରିବାର ପକ୍ଷରୁ ଧଉଳି ଥାନାକୁ ଖବର ଦେଇଥିଲେ। ପୋଲିସ ତାଙ୍କ ଘର ନିକଟରେ ପହଞ୍ଚତ୍ବା ପରେ କବାଟ ଭିତର ପଟୁ ବନ୍ଦ ଥିବା ଦେଖିବା ପରେ ତୁରନ୍ତ କବାଟ ଭଙ୍ଗା ଯାଇଥିଲା। ଜ୍ଞାନରଞ୍ଜନ ଫ୍ୟାନରେ ଝୁଲୁଥିବା ଦେଖିବା ପରେ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ପଠାଯାଇଥିଲା। ପୋଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri