ଅସହ୍ୟ ହେଲା ଯନ୍ତ୍ରଣା, ବିଧାନସଭା ସମ୍ମୁଖରେ ହାତ କାଟିବା ସହ ବିଷ ପିଇଦେଲେ ଯୁବକ

ଭୁବନେଶ୍ୱର,୮ା୯(ବ୍ୟୁରୋ): ଯନ୍ତ୍ରଣାରେ ଅସହ୍ୟ ହୋଇ ବୁଧବାର ବିଧାନସଭା ସମ୍ମୁଖରେ ଜଣେ ଯୁବକ ହାତ କାଟିବା ସହ ବିଷ ପିଇ ଦେଇଛନ୍ତି। ଡାକ୍ତରଙ୍କ ଭୁଲ ଯୋଗୁ ତାଙ୍କ ଗୋଡ଼ ଅଚଳ ହୋଇପଡ଼ିଛି। ଉନ୍ନତମାନର ଚିକିତ୍ସା ପାଇଁ ଅର୍ଥାଭାବ। ଗୁହାରି କଲେ ବି ଶୁଣିବାକୁ କେହି ନାହାନ୍ତି। ଏପରିକି ଇଚ୍ଛାମୃତ୍ୟୁ ପାଇଁ ବି ଅନୁମତି ଦେଉ ନାହାନ୍ତି। ଚାରିଆଡୁ ନିରାଶ ହୋଇ ଆଜି ବିଧାନସଭା ସମ୍ମୁଖରେ ସେ ବିଷ ପିଇ ଦେଇଥିଲେ। ଯୁବକ ଜଣକ ହେଲେ ଜଗତସିଂହପୁର ଜିଲା କୁଜଙ୍ଗର ଦୁଷ୍ମନ୍ତ ଦାସ।

ଗୁରୁତର ଅବସ୍ଥାରେ ଦୁଷ୍ମନ୍ତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଅବସ୍ଥା ଗୁରୁତର ଥିବା ଜଣାଯାଇଛି।

ସୂଚନାନୁଯାୟୀ, ୨୦୨୦ ମାର୍ଚ୍ଚ ୨୨ରେ ସଡ଼କ ଦୁର୍ଘଟଣାରେ ଦୁଷ୍ମନ୍ତଙ୍କ ବାମ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ଚିକିତ୍ସା ନିମନ୍ତେ ସେ କଟକ ବଡ଼ ମେଡ଼ିକାଲ ଯାଇଥିଲେ। ତାଙ୍କର ପ୍ରଥମ ଅପରେଶନ ମାର୍ଚ୍ଚ ୨୩ରେ କରାଯାଇଥିଲା । ଦ୍ୱିତୀୟ ଅପରେଶନ ୨୦୨୦ ଜୁନ ୧୯ରେ କରାଯାଇଥିଲା। ଏହାପରେ ୨୦୨୦ ଜୁଲାଇ ୧୫ରେ କରୋନା ସଂକ୍ରମଣର ଆଳ କରି ତାଙ୍କୁ ଘରକୁ ପଠାଇ ଦିଆଗଲା। ଚିକିତ୍ସା ପାଇଁ ସରକାରଙ୍କୁ ଗୁହାରି କରି ନିରାଶ ହେବା ପରେ ଆଜି ବିଷ ପିଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri