ପାରିବାରିକ କଳହକୁ କେନ୍ଦ୍ର କରି ତଣ୍ଟି କାଟିଦେଲେ ଯୁବକ

ଛେଣ୍ଡିପଦା,୨୬ା୧୧(ଡି.ଏନ.ଏ.)- ଛେଣ୍ଡିପଦା ଥାନା ବରସାହି ପଞ୍ଚାୟତ ରଙ୍ଗମାଟିଆ ସାହିର ଖକନ ବେହେରା(୪୭) ଗୁରୁବାର ନିଜ ଘର ପୋଡ଼ିଦେବା ସହ ତଣ୍ଟି କାଟି ଗୁରୁତର ହେବା ଚର୍ଚ୍ଚାର ବିଷୟ ହୋଇଛି। ପାରିବାରିକ କଳହକୁ କେନ୍ଦ୍ରକରି ଖକନ ଏପରି କରିଥିବା ପୋଲିସ ସୂଚନା ଦେଇଛି।
ବାଗଡ଼ିଆ ଫାଣ୍ଡି ଅଧିକାରୀ ଅବଦୁଲ୍‌ ଓ୍ବାସିମ ଖାନ କହିଛନ୍ତି, ପୂର୍ବାହ୍ନ ୯ଟାରେ ଖକନ ନିଜ ଘରେ ନିଅଁା ଲଗାଇଦେବା ପରେ ଏକ କଟୁରିରେ ତଣ୍ଟି ଓ ପେଟକୁ କାଟି ଦୌଡ଼ି ପଳାଇ ଯାଇଥିଲେ। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସରପାଳଠାରେ ଖକନ ଗୁରୁତର ଅବସ୍ଥାରେ ଦୀର୍ଘ ସମୟ ଧରି ପଡିରହିଥିଲେ ମଧ୍ୟ ସ୍ଥାନୀୟ ଲୋକେ ସହାୟତା କରି ନ ଥିଲେ। ପରେ ଥାନା ଗାଡ଼ି ନେଇ ସେ ଖକନଙ୍କୁ ଉଦ୍ଧାର କରି ହସ୍ପିଟାଲ ଆଣିଥିଲେ। ଏପରି କି ଉଦ୍ଧାର ସମୟରେ ଉପସ୍ଥିତ ଜନସାଧାରଣ ସହଯୋଗ କରି ନ ଥିଲେ। ଛେଣ୍ଡିପଦା ଥାନାର କେତେଜଣ କର୍ମଚାରୀ ଡାକ୍ତରଖାନା ପହଞ୍ଚି ଖକନଙ୍କୁ ଆଶୁ ଚିକିତ୍ସା ବିଭାଗରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ସମ୍ପୃକ୍ତ ଯୁବକଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଛେଣ୍ଡିପଦା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବାବେଳେ ପୋଲିସ ନିଜଆଡୁ ଘଟଣାର ତଦନ୍ତ କରୁଥିବା ଫାଣ୍ଡି ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?