ଗଣେଶ ମୂର୍ତ୍ତି ବସର୍ଜନ କରିବାକୁ ଯାଇ ନଦୀସ୍ରୋତରେ ଭାସିଗଲେ ଯୁୁବକ

ରାୟଗଡ଼ା,୨୦ା୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଉପକଣ୍ଠ ଧୁମାଗୁଡ଼ା ଗାଁ ନିକଟ ନାଗାବଳୀ ନଦୀରେ ବୁଧବାର ଏକ ଅଘଟଣ ଘଟିଛି। ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ହେଲେ ମାଙ୍କଡଝୋଲା ବସ୍ତିର ଶ୍ରୀନିବାସ ଅଶୋକ କୁମାର (୩୦)। ଆଜି ଅପରାହ୍ନରେ ଏହି ଘଟଣା ଘଟିଛି। ଅଶୋକ ନିଜ ମା’ଙ୍କ ସହ ନାଗାବଳୀ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ଆସିଥିଲେ। ପୋଲ ଉପରେ ମା’ ଠିଆ ହୋଇଥିବା ବେଳେ ଅଶୋକ ନଦୀକୁ ଯାଇ ମୂର୍ତ୍ତି ବିସର୍ଜନ କରୁଥିଲେ। ତେବେ ପ୍ରବଳ ବର୍ଷାରେ ନଦୀ କୂଳରେ ମାଟି ଖସଡ଼ା ଓ ଶିଉଳି ହୋଇଥିବାରୁ ସେ ଖସି ପଡ଼ିଥିଲେ। ଖସିଯାଇ ସିଧା ନଦୀର ସ୍ରୋତରେ ଭାସି ଯାଇଛନ୍ତି। ଏହା ଦେଖି ତାଙ୍କ ମା’ ପାଟି କରିଥିଲେ। ପାଟି ଶୁଣି କିଛି ଯୁବକ ପହଞ୍ଚି ତୁରନ୍ତ ଦମକଳ କେନ୍ଦ୍ରକୁ ସୂଚନା ଦେଇଥିଲେ। ଖବରପାଇ ଦମକଳବାହିନୀ ଯବାନ ପହଞ୍ଚି ନଦୀ ଭିତରେ ଖୋଜାଖୋଜି କରୁଛନ୍ତି। ତେବେ ଅଶୋକଙ୍କ ପତ୍ତା ମିଳିନାହିଁ। ବର୍ଷାଯୋଗୁ ଏଥିରେ ବାଧା ସୃଷ୍ଟି ହୋଇଛି। ଏଥିସହ ରାୟଗଡ଼ା ଥାନା ପୋଲିସ ମଧ୍ୟ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛି। ଏହି ଘଟଣା ପରେ ପରିବାରବର୍ଗ ଭାଙ୍ଗି ପଡ଼ିଛନ୍ତି। ଅଶୋକଙ୍କୁ ଖୋଜିବା ପାଇଁ ନଦୀର ତଳ ମୁଣ୍ଡରେ ମଧ୍ୟ ଗୋଟିଏ ଦମକଳବାହିନୀ ଟିମ୍‌ ଓ ତାଙ୍କର ସାଙ୍ଗମାନେ ଲାଗିଛନ୍ତି। ଅଶୋକ ଜେକେ କାଗଜକଳରେ କାମ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri