ବିବାହ ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ଯୁବକ, ଆଉ ଏବେ…

ନିଶ୍ଚିନ୍ତକୋଇଲି,୨୫ା୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସରପଡ଼ା ଗ୍ରାମର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଜଣେ ଯୁବକ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୈତିକ ସମ୍ପର୍କ ରଖିବା ନେଇ ସମ୍ପୃକ୍ତା ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି।

ସୂଚନାରୁ ପ୍ରକାଶ ଯେ, ସରପଡ଼ା ଗ୍ରାମର ଜଣେ ନାବାଳିକା ଅଷ୍ଟମ ଶ୍ରେଣୀରେ ପଢନ୍ତି। ସେହି ଗ୍ରାମର ଆଲୋକ କୁମାର ସାହୁ ନାବାଳିକାଙ୍କ ଘରକୁ ଯିବା ଆସିବା କରୁଥିଲେ। ପରେ ନାବାଳିକାଙ୍କୁ ମୋବାଇଲ ଏବଂ ବିବାହ ପ୍ରଲୋଭନ ଦେଖାଇ ତାଙ୍କ ସହ ଅନୈତିକ ସମ୍ପର୍କ ସ୍ଥାପନ କରିଥିଲେ। ଝିଅ ହାତରେ ଏକ ମୋବାଇଲ ଦେଖି ନାବାଳିକାଙ୍କ ମା’-ବାପା ପଚାରିବାରୁ ସମସ୍ତ ଘଟଣା ସମ୍ପର୍କରେ ସମ୍ପୃକ୍ତା ନାବାଳିକା ପ୍ରକାଶ କରିଥିଲେ।

ଏହା ପରେ ନାବାଳିକାଙ୍କ ମା’-ବାପା ଆଲୋକଙ୍କ ଘରକୁ ଯାଇ ତାଙ୍କ ବାପାଙ୍କ ସହ କଥା ହୋଇଥିଲେ। ଆଲୋକ ଘରେ ନ ଥିବା ସେ ପ୍ରକାଶ କରିଥିଲେ। ଘଟଣା ସମ୍ପର୍କରେ ଆଲୋକ ଜାଣି ସମ୍ପୃକ୍ତା ନାବାଳିକାଙ୍କ ଘରକୁ ଆସି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ଏନେଇ ନାବାଳିକାଙ୍କ ମା’ ନିଶ୍ଚିନ୍ତକୋଇଲି ଥାନାରେ ବୁଧବାର ଲିଖିତ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତିକରି ଗୁରୁବାର ନିଶ୍ଚିନ୍ତକୋଇଲି ଥାନାଧିକାରୀ ଚିନ୍ମୟୀ ସାହୁ ତଦନ୍ତ ଚାଲୁ ରଖିଥିବା ପ୍ରକାଶ କରିଛନ୍ତି। କେସ୍‌ ନଂ ୧୬୭/୨୧ରେ ଏକ ମାମଲା ରୁଜୁ କରାଯାଇଥିବାବେଳେ ଉଭୟଙ୍କର ଡାକ୍ତରୀ କରାଯାଇଛି। ଏଥିସହ ନାବାଳିକାଙ୍କ ବୟାନ ରେକର୍ଡ ମଧ୍ୟ କରାଯାଇଛି। ପରେ ଅଭିଯୁକ୍ତ ଆଲୋକ କୁମାର ସାହୁଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri