ପୋଲିସକୁ ନାକେଦମ କଲେଣି ଯୁବକ: କାବୁ କରିବାକୁ ୨ ପ୍ଲାଟୁନ ଫୋର୍ସ

ବଣାଇଁ,୨୫।୯: ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡ଼ଜଲ ଗଁାରେ ଜଣେ ଯୁବକ ଉନ୍ମତ୍ତକାଣ୍ଡ କରିଛନ୍ତି। ସେ ଧନୁତୀର ଧରି ଡରାଇବା ସହ ବେଳେବେଳେ ତୀର ବି ମାରୁଛନ୍ତି। ଯୁବକଙ୍କୁ କାବୁ କରିବାକୁ ୨ ପ୍ଲାଟୁନ ଫୋର୍ସ, ଅଗ୍ନିଶମ ବାହିନୀ ଜଗି ରହିଛନ୍ତି । ରାତି ସାରା ପୋଲିସ ଫୋର୍ସ ନାକେଦମ ହୋଇସାରିଲେଣି। ଲୋକେ ମଧ୍ୟ ଭୟଭୀତ ଅବସ୍ଥାରେ ଅଛନ୍ତି।

ବୁଧବାର ଯୁବକଙ୍କ ତୀର ମାଡ଼ରେ ଥାନା ଆଇଆଇସି ସୁରେଶ ଚନ୍ଦ୍ର ପ୍ରଧାନ ଆହତ ହୋଇଥିଲେ। ଯୁବକଙ୍କ ନାମ ସୁଦନ ମୁଣ୍ଡା ଓ ତାଙ୍କ ଘର ବଡଜଲ ଗ୍ରାମର ପିଣ୍ଡିକା ସାହି ବୋଲି ଜଣାପଡିଛି। ପ୍ରେମ ପ୍ରତାରଣା ନେଇ ଯୁବକଙ୍କ ମସ୍ତିଷ୍କ ଖରାପ ଥିବା ଓ ଏଥିନେଇ ସେ ଏକ ଅଭିଯୋଗ ପତ୍ର ମହୁଲପଦା ଥାନାରେ ପୂର୍ବରୁ ଦେଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ସୁଦନ ସୋମବାରଠାରୁ ବଡ଼ଜଲ ସ୍କୁଲକୁ ଅକ୍ତିଆର କରି ନିଜର ବୋଲି ଦାବି କରି ଆସୁଛନ୍ତି। କାର୍ଯ୍ୟରତ ଜଣେ ଶିକ୍ଷକଙ୍କୁ ଆକ୍ରମଣ କରିବା ପରେ ମଙ୍ଗଳବାର ସ୍କୁଲ ଛାତ ଉପରେ ବସିଥିଲେ। ଗ୍ରାମବାସୀଙ୍କ ଠାରୁ ଖବର ପାଇ ମହୁଲପଦା ଆଇଆଇସି ପ୍ରଧାନ ସଦଳବଳ ପହଞ୍ଚି ଯୁବକଙ୍କୁ କାବୁ କରିବାକୁ ଚେଷ୍ଟା କରିଥିଲେ। ଛାତ ଉପରେ ବସିଥିବା ଯୁବକ ଧନୁ ତୀରରେ ଆକ୍ରମଣ କରିବା ଫଳରେ ତୀରଟି ଆଇଆଇସିଙ୍କ ଡାହାଣ ହାତରେ ବାଜିଥିଲା। ଏବେ ସୁଦନ ସ୍କୁଲରେ ରହି ଥିବାବେଳେ ଘଟଣାସ୍ଥଳରେ ବଣାଇଁ ଉପଖଣ୍ଡ ପୋଲିସ ଅଧିକାରୀ ସ୍ବରାଜ ଦେବତାଙ୍କ ନେତୃତ୍ୱରେ ଏକ ଟିମ ଘେରି ରହିଛନ୍ତି। ରାଉରକେଲାରୁ ଏକ ଡିଭିଏଫ ଟିମ ଆସୁଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri