Posted inଫୁରସତ

ବେକେ ବନ୍ୟା ପାଣିରେ ବାଇକ ଚଲାଉଛନ୍ତି ଯୁବକ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିଲେ ଆପଣ ନିଶ୍ଚୟ ଆଶ୍ଚର୍ଯ୍ୟ ହୋଇଯିବେ। ବେକେ ବନ୍ୟା ପାଣିରେ ଜଣେ ଯୁବକ ବାଇକ ଚଲାଉଛନ୍ତି। ଆଜ୍ଞା ହଁ। ଦେଶୀ ଜୁଗାଡ କରି ସେ ଏପରି କୌଶଳ ଆପଣାଇଛନ୍ତି। ଏହି ଭିଡିଓଟି ବେଶ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ଜଣେ ବ୍ୟକ୍ତି ପାଣିରେ ବାଇକ ଚଲାଉଛନ୍ତି। ବାଇକର ପଛ ସିଟରେ ଅନ୍ୟ ଜଣେ ଯୁବକ ବସିଛନ୍ତି। ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା ଉଭୟେ ପାଣିରେ ବୁଡୁ ନାହାନ୍ତି କି ବାଇକରୁ ପଡୁ ନାହାନ୍ତି। କାରଣ ସେମାନେ ଦେଶୀ ଜୁଗାଡ ମାଧ୍ୟମରେ ବାଇକ ସାଇଲେନ୍ସର ଓ ପେଟ୍ରୋଲ ଟାଙ୍କିକୁ ଉପରକୁ ଟେକି ଦେଇଛନ୍ତି। ଫଳରେ ସେଥିରେ ପାଣି ପଶି ପାରୁନାହିଁ। ଏକ ନୂଆ କୌଶଳ ବ୍ୟବହାର କରି ଉଭୟେ ପାଣିରେ ଆନନ୍ଦରେ ବାଇକ ଚଲାଉଛନ୍ତି। ଭିଡିଓଟିକୁ ଆଇଏଏସ ଅଫିସର ଅବନୀଶ ଶରଣ ନିଜ ଟୁଇଟରରେ ଶେୟାର କରିଛନ୍ତି। ସେ କ୍ୟାପସନରେ ଲେଖିଛନ୍ତି, ଏଭଳି କେବେ ବି ଦେଖିନାହିଁ, ଖୁବ ସୁନ୍ଦର ଜୁଗାଡ। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri