ଦୁର୍ବୁତ୍ତଙ୍କ ଗୁଳି ମାଡ଼ରେ ଯୁବକ ଗୁରୁତର

ଭଦ୍ରକ/ବାସୁଦେବପୁର, ୩।୧୧(ସନାତନ ରାଉତ) (ନାରାୟଣ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ କଇଁଥଖୋଲା ନିକଟରେ ଶନିବାର ରାତିରେ ଗୁଳି କାଣ୍ଡ ହୋଇଛି। ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି l

ସୂଚନା ମୁତାବକ, ଧାମରା- କଇଁଥଖୋଲା ରାସ୍ତାର କିଶୋରପ୍ରସାଦ ଛକ ନିକଟରେ ୨ ଟି ବାଇକରେ ୫ ଜଣ ଯୁବକ ଆସିଥିଲେ । ରାତିରେ କିଶୋରପ୍ରସାଦର ରାଜେନ୍ଦ୍ର ମହାପାତ୍ର (୪୦) ଉକ୍ତ ଛକରେ ଠିଆ ହୋଇଥିଲେ। ସନ୍ଦେହ ହେବାରୁ ରାଜେନ୍ଦ୍ର ଏଠାରେ କାହିଁକି ଠିଆ ହୋଇଛ ବୋଲି ପଚାରିଥିଲେ। ଏହାପରେ ସେମାନଙ୍କ ମଧ୍ୟରୁ ଜଣେ ରାଜେନ୍ଦ୍ରଙ୍କ ମୁଣ୍ଡକୁ ଗୁଳି କରିଥିଲା । ଗୁଳି ରାଜେନ୍ଦ୍ରଙ୍କ ମୁହଁରେ ପଶି ବାହାରି ଯାଇଥିଲା । ପରେ ଦୁର୍ବୁତ୍ତ ମାନେ ସେଠାରୁ ଫେରାର ହୋଇଯାଇଥିଲେ।ସ୍ଥାନୀୟ ଲୋକେ ତାଙ୍କ ପରିବାର ଲୋକଙ୍କୁ ଖବର ଦେବା ସହ ଗୁରୁତର ଅବସ୍ଥାରେ ରାଜେନ୍ଦ୍ରଙ୍କୁ ପ୍ରଥମେ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଅଧିକ ରକ୍ତସ୍ରାବ କାରଣସ୍‌ରୁ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି l ତାଙ୍କର ସ୍ବାସ୍ଥବସ୍ଥା ଭଲ ଥିବା ଧାମରା ଥାନାଧିକାରୀ ସୋଭେନ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri