ପ୍ରେମ ପ୍ରତାରଣାରୁ ୩୦ଫୁଟ ତଳକୁ ଡେଇଁଲେ ଯୁବକ:ଆଉ ତା’ପରେ…

ପାଟଣା,୭ା୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀ ପୋଲ ଉପରୁ ୩୦ଫୁଟ ତଳକୁ ଡେଇଁ ଜଣେ କଲେଜ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପାଣିରେ ପଡ଼ିବାରୁ ଆସନ୍ନ ବିପତ୍ତିରୁ ବର୍ତ୍ତି ଯାଇଛନ୍ତି। ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ଯୁବକ ଜଣକ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମ ପାଟଣାରେ ଯୁକ୍ତ ୨ ଦିତୀୟ ବର୍ଷ କଳାରେ ଅଧ୍ୟୟନ କରୁଛନ୍ତି। ତାଙ୍କ ନା ଦୁଷ୍ମନ୍ତ ମହାନ୍ତ। ସେ ପାଟଣା ମୁଖ୍ୟାଳୟ ଏକ ମେସ କରି ରହୁଥିବା ବେଳେ ତାଙ୍କ ଘର ପାଟଣା ଥାନା ଶିଆଳି ଯୋଡା ଗାଁରେ। ସେ ଦିନ ସାଢ଼େ ଗୋଟେ ବେଳେ ପାଟଣା ବୈତରଣୀ ନଦୀ ପୋଲ ଉପରୁ ଡେଇଁ ପଡ଼ିଥିଲେ। ସେଠାରେ ଥିବା ପାଟଣା ମୁଖ୍ୟାଳୟର ଦୁର୍ଗା ଜ୍ୟୋତି ମହାନ୍ତି , ଓମ ପ୍ରକାଶ ସାହୁ, ସଚିନ୍ଦ୍ର ସାହୁ, ପ୍ରକାଶ କୁମାର ମହାରଣା ଓ ତାଙ୍କ ସାଙ୍ଗମାନେ ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ପାଟଣା ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ଯୁବକଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରି ତାଙ୍କ ମା’ କୁନ୍ତଳାଙ୍କୁ ଜିମା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଦୁଷ୍ମନ୍ତ ପାଟଣା ବ୍ଲକ ଅଞ୍ଚଳ ର ଆଉ ଏକ ମହାବିଦ୍ୟାଳୟର ଜଣେ ପ୍ରଥମ ବର୍ଷ ଯୁକ୍ତ ୨କଳାରେ ଅଧ୍ୟୟନ କରୁଥିବା ଛାତ୍ରୀଙ୍କୁ ଭଲ ପାଉଥିଲେ। ଯୁବତୀ ଜଣକ କୁଆଡେ ଦୁଷ୍ମନ୍ତଙ୍କୁ ଛାଡି ନୂଆ ବୟଫ୍ରେଣ୍ଡ କରିବାରୁ ଯୁବକ ଭାଙ୍ଗି ପଡ଼ି ମାନସିକ ଭାରସାମ୍ୟ ହରାଇ ଜୀବନ ହାରିବା ଭଳି ଚରମ ପଦକ୍ଷେପ ନେବାକୁ ଉଦ୍ୟମ ଉଦ୍ୟମ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri