ପ୍ରେମ ପ୍ରତାରଣାରୁ ୩୦ଫୁଟ ତଳକୁ ଡେଇଁଲେ ଯୁବକ:ଆଉ ତା’ପରେ…

ପାଟଣା,୭ା୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀ ପୋଲ ଉପରୁ ୩୦ଫୁଟ ତଳକୁ ଡେଇଁ ଜଣେ କଲେଜ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପାଣିରେ ପଡ଼ିବାରୁ ଆସନ୍ନ ବିପତ୍ତିରୁ ବର୍ତ୍ତି ଯାଇଛନ୍ତି। ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ଯୁବକ ଜଣକ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମ ପାଟଣାରେ ଯୁକ୍ତ ୨ ଦିତୀୟ ବର୍ଷ କଳାରେ ଅଧ୍ୟୟନ କରୁଛନ୍ତି। ତାଙ୍କ ନା ଦୁଷ୍ମନ୍ତ ମହାନ୍ତ। ସେ ପାଟଣା ମୁଖ୍ୟାଳୟ ଏକ ମେସ କରି ରହୁଥିବା ବେଳେ ତାଙ୍କ ଘର ପାଟଣା ଥାନା ଶିଆଳି ଯୋଡା ଗାଁରେ। ସେ ଦିନ ସାଢ଼େ ଗୋଟେ ବେଳେ ପାଟଣା ବୈତରଣୀ ନଦୀ ପୋଲ ଉପରୁ ଡେଇଁ ପଡ଼ିଥିଲେ। ସେଠାରେ ଥିବା ପାଟଣା ମୁଖ୍ୟାଳୟର ଦୁର୍ଗା ଜ୍ୟୋତି ମହାନ୍ତି , ଓମ ପ୍ରକାଶ ସାହୁ, ସଚିନ୍ଦ୍ର ସାହୁ, ପ୍ରକାଶ କୁମାର ମହାରଣା ଓ ତାଙ୍କ ସାଙ୍ଗମାନେ ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ପାଟଣା ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ଯୁବକଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରି ତାଙ୍କ ମା’ କୁନ୍ତଳାଙ୍କୁ ଜିମା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଦୁଷ୍ମନ୍ତ ପାଟଣା ବ୍ଲକ ଅଞ୍ଚଳ ର ଆଉ ଏକ ମହାବିଦ୍ୟାଳୟର ଜଣେ ପ୍ରଥମ ବର୍ଷ ଯୁକ୍ତ ୨କଳାରେ ଅଧ୍ୟୟନ କରୁଥିବା ଛାତ୍ରୀଙ୍କୁ ଭଲ ପାଉଥିଲେ। ଯୁବତୀ ଜଣକ କୁଆଡେ ଦୁଷ୍ମନ୍ତଙ୍କୁ ଛାଡି ନୂଆ ବୟଫ୍ରେଣ୍ଡ କରିବାରୁ ଯୁବକ ଭାଙ୍ଗି ପଡ଼ି ମାନସିକ ଭାରସାମ୍ୟ ହରାଇ ଜୀବନ ହାରିବା ଭଳି ଚରମ ପଦକ୍ଷେପ ନେବାକୁ ଉଦ୍ୟମ ଉଦ୍ୟମ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri