ଭୁବନେଶ୍ୱର,୧୩ା୭(ବ୍ୟୁରୋ): କରୋନା ଛଡ଼ାଇ ନେଲା ଜୀବିକା। ଚାକିରି ଚାଲିଯିବା ପରେ ଅସହ୍ୟ ହୋଇଗଲା ଆର୍ଥିକ ସମସ୍ୟା। ଶେଷରେ ଅର୍ଥ ଓ ପେଟ ଚିନ୍ତାରେ ଜୀବନ ହାରିଦେଲେ ଯୁବକ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଖଣ୍ଡଗିରି ଥାନା ଅଞ୍ଚଳରେ। ଆତ୍ମହତ୍ୟା କରିଥିବା ଯୁବକ ଜଣକ ହେଲେ କେନ୍ଦ୍ରାପଡା ଜିଲା ରାଜନଗରର ଚନ୍ଦନ ଜେନା(୨୫)। ପୋଲିସ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇ ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ଚନ୍ଦନ ଭୁବନେଶ୍ୱର ଭରତପୁରରେ ଘର ଭଡ଼ା ନେଇ ରହିବା ସହ ଏକ ଘରୋଇ ସଂସ୍ଥାରେ ଚାକିରି କରିଥିଲେ। ନିଜେ ଚଳି ଘରକୁ ଟଙ୍କା ଦେଉଥିଲେ। ଆର୍ଥିକ ସ୍ଥିତି ଭଲ ନ ଥିବାରୁ ତାଙ୍କ ରୋଜଗାର ଉପରେ ପରିବାର ଲୋକେ ନିର୍ଭର କରୁଥିଲେ। ହେଲେ କରୋନା ପାଇଁ ଲକ୍ଡାଉନ୍ ଓ ଶଟ୍ଡାଉନ୍ ଯୋଗୁ କମ୍ପାନୀ ବନ୍ଦ ହୋଇଗଲା। ହେଲେ କମ୍ପାନୀ ଖୋଲିବା ପରେ ତାଙ୍କ ସହ ଅନ୍ୟ କେତେଜଣଙ୍କୁ ଛଟେଇ କରାଗଲା। ବିନା ଦରମାରେ ଘର ଭଡ଼ା ଦେଇ ଚାକିରି ଖୋଜିଥିଲେ ମଧ୍ୟ ଆଉ ମିଳି ନ ଥିଲା। ଫଳରେ ତାଙ୍କ ଉପରେ ଆର୍ଥିକ ବୋଝ ବଢ଼ି ଚାଲିଥିଲା। ଏଥିପାଇଁ ସେ ସବୁବେଳେ ଚିନ୍ତାରେ ରହୁଥିଲେ। ଶନିବାର ବିଳମ୍ବିତ ରାତିରେ ସେ ବେକରେ ଗାମୁଛା ଲଗାଇ ରହୁଥିବା ଘରର ଫ୍ୟାନ୍ରେ ଝୁଲି ପଡିଥିଲେ। ସକାଳୁ ଜଣେ ସାଙ୍ଗ ଫୋନ୍ କରିଥିଲେ ମଧ୍ୟ ସେ ନ ଉଠାଇବାରୁ ତାଙ୍କ ଘରକୁ ଆସି କବାଟ ବନ୍ଦ ଥିବା ଦେଖିଥିଲେ। ପୋଲିସ ପହଞ୍ଚି ତାଲା ଭାଙ୍ଗି ମୃତଦେହ ଉଦ୍ଧାର କରିଥିଲା।
ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…
କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…
ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….
ବଲିଉଡ୍ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…
ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…
ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍ ବ୍ୟାଟ୍ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…
ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ
କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…
ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ
ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…
ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…
କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…
ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା
ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍ରୁ ୧୩୯ ରନ୍ର…
ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼
ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

