ବିବାହ ପୂର୍ବରୁ ଜୀବନ ହାରିଲେ ଯୁବକ

ଲଙ୍ଗଳେଶ୍ୱର,୧୪।୭(ଡି.ଏନ୍‌.ଏ.): ଆଉ ଦିନ କେଇଟା ପରେ ହୋଇଥାନ୍ତା ବାହାଘର। ଏହା ପୂର୍ବରୁ ଜୀବନ ହାରିଦେଲେ ଯୁବକ। ବେକରେ ରଶି ଲଗାଇ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି। ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଧୀନ ପ୍ରତାପପୁର ଗ୍ରାମରେ ଘଟିଛି ଏଭଳି ଦୁଃଖଦ ଘଟଣା।
ସୂଚନା ଅନୁଯାୟୀ, ଗ୍ରାମର ଦିଗ୍‌ବିଜୟ ସାହୁ(୨୫)ଙ୍କ ଆସନ୍ତା ୧୮ ତାରିଖରେ ଥିଲା ବିବାହ ଉତ୍ସବ। ଦିନ ଧାର୍ଯ୍ୟ ହେବା ପରେ ପରିବାର ପକ୍ଷରୁ ପ୍ରସ୍ତୁତି ଚାଲିଥିଲା। ଏହି ବିବାହ ଉତ୍ସବକୁ ନେଇ ସମସ୍ତେ ଖୁସି ଥିଲେ। କିନ୍ତୁ ବାହାଘରକୁ ବିରୋଧ କରୁଥିଲେ ଦିଗ୍‌ବିଜୟ। ନିଜର ରୋଗ ଥିବାରୁ ସେ ବାହାଘରକୁ ବିରୋଧ କରୁଥିଲେ ବୋଲି ପୋଲିସ ତଦନ୍ତ ବେଳେ ଜାଣିବାକୁ ପାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଘର ବାରଣ୍ଡାରେ ଥିବା ଫ୍ୟାନ୍‌ରେ ରଶି ଲଗାଇ ଦିଗ୍‌ବିଜୟ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଦେଖିଥିଲେ। ଖବର ପାଇ ବୁଧବାର ଜାମକୁଣ୍ଡା ଫାଣ୍ଡି ଏସ୍‌ଆଇ ସାରଦା ପ୍ରସନ୍ନ ମୁଦୁଲି ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲେ। ପୋଲିସ ଅପମୃତ୍ୟୁ ମାମଲା (ନଂ.୨୭/୨୧) ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri