ନିଜେ ବିଛାଇଥିବା ବିଦ୍ୟୁତ୍‌ ତାରରେ ଯୁବକଙ୍କ ଜୀବନ ଗଲା

ରିଆମାଳ୯।୧: ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଶ୍ୟାମପାଲି ଗ୍ରାମର ଏକ ବଗିଚାରେ ବାର୍‌ହା ଶିକାର ପାଇଁ ନିଜେ ବିଛାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ପ୍ରଦୀପ ପ୍ରଧାନ (୩୫)। ଖବର ପାଇ ରିଆମାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।
ପୋଲିସ ସୂଚନା ମୁତାବକ, ଶ୍ୟାମପାଲି ଗ୍ରାମର ଇଶ୍ୱର ପ୍ରଧାନ ଓ ତାଙ୍କ ଭାଇ ରସାନନ୍ଦ ପ୍ରଧାନ ଗାଁ ଜଙ୍ଗଲ ନିକଟରେ ମିଳିତ ଭାବେ ବଗିଚା କରି ସେଠାରେ ଆଳୁ, ପିଆଜ ଓ ଶୋରିଷ ଆଦି ଚାଷ କରିଥିଲେ । ଉକ୍ତ ବଗିଚା ଦେଇ ବିଭିନ୍ନ ସମୟରେ ଜଙ୍ଗଲି ବାର୍‌ହା ଯାତାୟାତ କରିବା ସହ ଫସଲ ନଷ୍ଟ କରୁଥିଲେ। ଫଳରେ ବାର୍‌ହା ଶିକାର ପାଇଁ ଗତ ଗୁରୁବାର ରାତ୍ରିରେ ଈଶ୍ୱରଙ୍କ ପୁଅ ପ୍ରଦୀପ ଓ ରସାନନ୍ଦଙ୍କ ପୁଅ ନିରଞ୍ଜନ ସେଠାରେ ବିଦ୍ୟୁତ୍‌ ତାର ବିଛାଇଥିଲେ। ଶୁକ୍ରବାର ସକାଳେ ବାର୍‌ହା ଆସିଛି କି ନାହିଁ ଯାଞ୍ଚ କରିବାକୁ ପ୍ରଦୀପ ବଗିଚାକୁ ଯାଇଥିଲେ ଏବଂ ଅସାବଧାନତା ବଶତଃ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିଲେ । କିଛି ସମୟ ପରେ ନିରଞ୍ଜନ ସେଠାକୁ ଯାଇ ପ୍ରଦୀପଙ୍କ ମୃତ୍ୟୁ ଘଟିଥିବା ଦେଖିବାକୁ ପାଇଥିଲେ ମଧ୍ୟ ସେ ଏହି ସମ୍ପର୍କରେ କାହାକୁ ସୂଚନା ନ ଦେଇ ନ ଥିଲେ। ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରଦୀପ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜିି ପରେ ବିଳମ୍ବିତ ରାତିରେ ମୃତଦେହ ବଗିଚାରେ ପଡିଥିବା ଦେଖିବାକୁ ପାଇଥିଲେ। ମୃତ ପ୍ରଦୀପ ରିଆମାଳ ବନାଞ୍ଚଳରେ ଜଣେ ପ୍ଲାଣ୍ଟେଶନ କର୍ମଚାରୀ ଭାବେ କାର୍ଯ୍ୟରତ ଥିଲେ ବୋଲି ବନ ବିଭାଗ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri