ଶ୍ମଶାନରୁ ଫେରି ପୁଣି ଚିକିତ୍ସିତ ହେଲେ ଯୁବକ

ସମ୍ବଲପୁର,୧୨ା୫ (ବ୍ୟୁରୋ): ମଙ୍ଗଳବାର ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କୁ ମୃତ ଘୋଷଣା ପରେ ଶ୍ମଶାନକୁ ନିଆଯାଇଥିଲା। ହେଲେ ସେଠାରେ ପରିବାର ବର୍ଗ ଜୀବିତ ଜାଣିବା ପରେ ପୁଣି ଭିମ୍‌ସାରକୁ ଚିକିତ୍ସା ପାଇଁ ଆଣିଥିଲେ। ଏ ସମ୍ପର୍କରେ ଅଧୀକ୍ଷକ ପ୍ରଫେସର ଡା. ଲାଲମୋହନ ନାୟକ କହିଛନ୍ତି ଯେ, ଏଭଳି ଘଟଣା ଭିମ୍‌ସାରରେ ହୋଇନାହିଁ। ଜଣଙ୍କ ମୃତ୍ୟୁ ହେଲା ପରେ ପ୍ରାୟ ଅଧଘଣ୍ଟା କାଗଜପତ୍ର ପ୍ରକ୍ରିୟା କରାଯାଇଥାଏ। ଜୀବିତଙ୍କୁ ମୃତ ଘୋଷଣା କରାଯାଇ ନ ଥାଏ। ଭିମ୍‌ସାରକୁ ବଦ୍‌ନାମ କରିବା ପାଇଁ ଏହା ଏକ ଚକ୍ରାନ୍ତ।
ମିଳିଥିବା ଖବର ଅନୁସାରେ ବରଗଡ ଜିଲାର ଜଣେ ୪୦ ବର୍ଷିୟ ଯୁବକ ସଂକ୍ରମିତ ହୋଇ ଭିମ୍‌ସାର କୋଭିଡ୍‌ ମେଡିକାଲରେ ଚିକିତ୍ସିତ ହେଉଥିଲେ। ମଙ୍ଗଳବାର ସକାଳୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପ୍ରଶାସନ ପକ୍ଷରୁ ବୁର୍ଲାର ଶ୍ମଶାନରେ ମୃତଦେହ ସତ୍କାର ପାଇଁ ନିଆଯାଇଥିଲା। ସେଠାରେ ପରିବାର ବର୍ଗ ମଧ୍ୟ ଉପସ୍ଥିତ ଥିଲେ। ଯୁବକଙ୍କୁ ଜୁଇରେ ରଖାଯାଇଥିଲା। ପୂଜାବିଧି ପରେ ଅଗ୍ନି ସଂଯୋଗ କରିବା ସମୟରେ ପରିବାରର ଜଣେ ସଦସ୍ୟ ଯୁବକ ଜୀବିତ ଥିବା ସନ୍ଦେହ କରିଥିଲେ। ପରେ ପାଖକୁ ଯିବାରୁ ଯୁବକ ଜୀବିତ ଥିବା ଜାଣିପାରିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ଭିମ୍‌ସାରକୁ ଆଣି ଚିକିତ୍ସା କରାଯାଇଥିଲା। ପରିବାର ବର୍ଗ ଏ ନେଇ କୌଣସି ଥାନାରେ ଅଭିଯୋଗ କରିନାହାନ୍ତି।
ଭିମ୍‌ସାରରେ ଚିକିତ୍ସା ଅବହେଳାକୁ ନେଇ ଅନେକ ସମୟରେ ଅଭିଯୋଗ ହୋଇଆସୁଛି। ଅକ୍ସିଜେନ୍‌ ଷ୍ଟକ୍‌ ଥାଇ ମଧ୍ୟ ରୋଗୀଙ୍କୁ ଦିଆଯାଉ ନାହିଁ। ଏହି କାରଣରୁ ୨ ଦିନରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ରୋଗୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏହି ଘଟଣାକୁ ଭିମ୍‌ସାର କର୍ତ୍ତୃପକ୍ଷ ଖଣ୍ଡନ କରିଛନ୍ତି। ଅଧୀକ୍ଷକ ପ୍ରଫେସର ନାୟକ କହିଛନ୍ତି, ବର୍ତ୍ତମାନ ମେଡିକାଲରେ ୧୦୬୦ ବଡ ଓ ୧୩୦୦ ଛୋଟ ଅକ୍ସିଜେନ ସିଲିଣ୍ଡର ମହଜୁଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri