ରାସ୍ତାରୁ ପାଇଥିବା ଟଙ୍କା ଫେରାଇଦେଲେ ଯୁବକ

ଜହ୍ନାପଙ୍କ, ୨୯।୯(ଡି.ଏନ.ଏ.)
ଦିନକୁ ଦିନ ମଣିଷ ଅର୍ଥ ସର୍ବସ୍ବ ହୋଇଯାଉଛି। ଟଙ୍କା ପାଇଁ ଭୁଲ୍‌ ରାସ୍ତା ଆପଣାଉଛି। ହେଲେ ଏସବୁ ଭିତରେ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ପାଇଥିବା ଟଙ୍କାକୁ ଫେରାଇ ଦେଇ ମଣିଷ ପଣିଆକୁ ଉଜାଗର କରିଛନ୍ତି। ସେହିପରି ଜଣେ ନିଆରା ବ୍ୟକ୍ତି ହେଉଛନ୍ତି ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତ ଅନ୍ତର୍ଗତ ଜହ୍ନାପଙ୍କ ଗ୍ରାମର ପ୍ରକାଶ ବାରିକ। ଗତ ୨୫ତାରିଖରେ ପ୍ରକାଶ ତାଙ୍କ ସାଙ୍ଗ ବିଭୀଷଣ ପ୍ରଧାନ ଜହ୍ନାପଙ୍କ-ଖମାରୀପଡା ରାସ୍ତାରେ ଯାଉଥିବା ବେଳେ କେନାଲ ପୋଲ ନିକଟରୁ ୩ହଜାର ଟଙ୍କା(୬ଟି ୫୦୦ ଟଙ୍କିଆ ନୋଟ) ପାଇଥିଲେ। ଟଙ୍କା ପ୍ରକୃତରେ କାହାର ଓ କିପରି ଫେରାଇବେ ସେ ନେଇ ଉଭୟେ ଚିନ୍ତିତ ହୋଇ ପଡିଲେ। ଉପଯୁକ୍ତ ପ୍ରମାଣ ଦେଇ ତାଙ୍କ ନିକଟରୁ ଟଙ୍କା ନେଇଯିବାକୁ ଅନୁରୋଧ କରି ପ୍ରକାଶ ନିଜ ଫେସବୁକ ଆକାଉଣ୍ଟରେ ପୋଷ୍ଟ କରିଥିଲେ। ସାମାଜିକ ଗଣମାଧ୍ୟମରୁ ସୂଚନା ପାଇ ସୋମବାର ସକାଳେ ବୌଦ୍ଧ ବ୍ଲକ ପଦ୍ମନପୁର ଗ୍ରାମର ବାଦଲ ମହାନନ୍ଦିଆ ପ୍ରକାଶଙ୍କ ନିକଟରେ ପହଞ୍ଚତ୍ଥିଲେ। ବାଦଲ ଏ ନେଇ ଆବଶ୍ୟକ ପ୍ରମାଣ ଦେବା ପରେ ପ୍ରକାଶ ଉକ୍ତ ଟଙ୍କା ତାଙ୍କୁ ଫେରାଇ ଦେଇଥିଲେ। ତିନି ଦିନ ତଳେ ହଜାଇ ଦେଇଥିବା ଟଙ୍କାକୁ ଆଉ ଫେରି ପାଇବାର ଆଶା ହରାଇଥିବା ବାଦଲ ଟଙ୍କା ଫେରିପାଇ ପ୍ରକାଶଙ୍କୁ କୃତଜ୍ଞତା ଜଣାଇଥିଲେ। ପ୍ରକାଶଙ୍କ ଏଭଳି ସଚ୍ଚୋଟ ପଣିଆକୁ ସାଧାରଣରେ ପ୍ରଶଂସା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଜ୍ରପାତରେ ଚାଲିଗଲା ୨ ଜୀବନ

ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri