ବନ୍ଧୁକ ଦେଖାଇ ବଟି ମାଗୁଛନ୍ତି ଯୁବକ

ଖୋର୍ଦ୍ଧା ଅଫିସ,୧୯ା୯:ଖୋର୍ଦ୍ଧା ସଦର ଥାନା ଅଧୀନ ଗ୍ରାମାଞ୍ଚଳରେ ନିଶା ଓ ଚୋରା ବନ୍ଧୁକ କାରବାର ଚାଲିଛି। ଅସାମାଜିକ ଯୁବକମାନେ ବନ୍ଧୁକ ଧରି ବୁଲୁଛନ୍ତି। ଦିନଦ୍ୱିପ୍ରହରରେ ଲୋକଙ୍କୁ ବନ୍ଧୁକ ଦେଖାଇ ଡରାଇ ଧମକାଇ ବଟି ଆଦାୟ କରୁଛନ୍ତି। ଏଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ଯୁବକ ବନ୍ଧୁକ ଦେଖାଇ ଲୋକଙ୍କୁ ଭୟଭୀତ କରୁଥିବା ଦୃଶ୍ୟ ଏହି ଭାଇରାଲ ଭିଡିଓରେ ରହିଛି। ସ୍ଥାନୀୟ ଲୋକେ ସମ୍ପୃକ୍ତ ଯୁବକଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି। ସଦର ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ବନ୍ଧୁକ କେଉଁଠୁ ଆଣିଲେ, କେବେଠାରୁ ନିଜ ପାଖରେ ରଖିଛନ୍ତି, ଆଉ କାହା ପାଖରେ ବନ୍ଧୁକ ରହିଛି, କେବେ ଠାରୁ ଏହି କାରବାରରେ ଲିପ୍ତ ପ୍ରଭୃତି ବିଭିନ୍ନ ପ୍ରଶ୍ନ ତାଙ୍କୁ ପୋଲିସ ପଚାରିବା ସହ ଏହି ଘଟଣାର ଖୋଳତାଡ଼ କରୁଛି। ତାଙ୍କଠାରୁ ମିଳିଥିବା ତଥ୍ୟ ଭିତ୍ତିରେ ସଦର ଓ ଟାଉନ ପୋଲିସ ପୃଥକ ଭାବେ ବାଜପୁର, ନନ୍ଦପୁର ଏବଂ ଖୋର୍ଦ୍ଧା ସହରର ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ଅନ୍ୟପକ୍ଷରେ ଗ୍ରାମାଞ୍ଚଳରେ ଚୋରା ବନ୍ଧୁକ କାରବାର ହେଉଥିବାବେଳେ କିପରି ପୋଲିସ ପାଖରେ ଖବର ନାହିଁ, ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେହିପରି ଖୋର୍ଦ୍ଧା ସହରରେ ନିଶା କାରବାର ଉପରେ ଚଢାଉ ହେଉଥିଲେ ମଧ୍ୟ ଗ୍ରାମାଞ୍ଚଳ ପ୍ରତି ପୋଲିସ ଆଖି ବୁଜି ଦେଇଛି। ଫଳରେ ଗ୍ରାମାଞ୍ଚଳରେ ନିଶା କାରବାର ବଢିଚାଲିଛି। କମ୍‌ ସମୟରେ ଅଧିକ ଟଙ୍କା ରୋଜଗାର ଲାଳସାରେ ଅଧିକାଂଶ ଯୁବକ ନିଶା କାରବାରରେ ଲିପ୍ତ ରହୁଛନ୍ତି। ଲୋକଙ୍କୁ ଧମକ ଚମକ ଦେବା ଲାଗି ମାଉଜର, ବନ୍ଧୁକ ଚୋରାରେ ଆଣି ପାଖରେ ରଖି ବଜାରରେ ବୁଲୁଛନ୍ତି। ବନ୍ଧୁକ ସହ ଯୁବକ ଧରାପଡ଼ିବା ଘଟଣାରେ ଅଧିକ ତଦନ୍ତ ଜାରି ରହିଥିବାରୁ ଏ ସମ୍ପର୍କରେ ପୋଲିସ କୌଣସି ସୂଚନା ଦେବାକୁ ମନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?