ବାହାଘରରେ ନାଚୁ ନାଚୁ ହଠାତ୍‌ ଟଳିପଡିଲେ ଯୁବକ, ଆଉ ତା’ପରେ

ହାଇଦ୍ରାବାଦ,୨୭।୨: ଭାରତରେ କରୋନା ପରେ ହୃଦଘାତ ଏବଂ କାର୍ଡିଆକ୍‌ ଆରେଷ୍ଟ ଘଟଣା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବିଶେଷ କରି ଯୁବକମାନଙ୍କ ମଧ୍ୟରେ ଏହା ବେଶୀ ଦେଖିବାକୁ ମିଳିଛି। ବର୍ତ୍ତମାନ ତେଲେଙ୍ଗାନାରେ ଏଭଳି ଏକ ଘଟଣା ଘଟିଛି। ଏଠାରେ ଜଣେ ୧୯ ବର୍ଷ ବୟସ୍କ ଯୁବକ ତାଙ୍କ ସମ୍ପର୍କୀୟଙ୍କ ବିବାହରେ ନାଚୁଥିବାବେଳେ ହଠାତ୍‌ ଟଳିପଡିଥିଲେ। ପରିବାର ସଦସ୍ୟ ତାଙ୍କୁ ତୁରନ୍ତ ଡାକ୍ତରଖାନା ନେଇଥିଲେ, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ମୃତକ ଜଣଙ୍କ ହେଲେ ମୁଟ୍ୟମ ବୋଲି ଜଣାପଡିଛି। ସେ ମହାରାଷ୍ଟ୍ରର ମୂଳ ବାସିନ୍ଦା ଥିଲେ। ସେ ହାଇଦ୍ରାବାଦଠାରୁ ପ୍ରାୟ ୨୦୦ କିଲୋମିଟର ଦୂରରେ ଥିବା ନିର୍ମଲ ଜିଲାର ପାର୍ଡି ଗ୍ରାମରେ ସମ୍ପର୍କୀୟଙ୍କ ବିବାହ ରିସେପ୍ସନରେ ପହଞ୍ଚିଥିଲେ। ଏହି ଅବସରରେ ସେ ନାଚୁଥିଲେ। ଏହି ଘଟଣାର ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏହା ଦେଖିବାକୁ ମିଳେ, ମୁଟ୍ୟମ ଧଳା ଶର୍ଟ ପିନ୍ଧି ନାଚୁଥିଲେ, ହଠାତ୍‌ ସେ ତଳେ ପଡ଼ି ଟିକେ ଉଠିବାକୁ ଚେଷ୍ଟା କରିଥିଲେ, ତା’ପରେ ଜଣେ ବ୍ୟକ୍ତି ତାଙ୍କ ପାଖରେ ପହଞ୍ଚି ତାଙ୍କୁ ଉଠାଇବାକୁ ଚେଷ୍ଟା କରିଥିଲେ।
ଡାକ୍ତରମାନେ କହିଛନ୍ତି, ଯୁବକ ଜଣକ ନିଶ୍ଚିତ ଭାବରେ ହୃଦ୍‌ତର ଶିକାର ହୋଇଥିଲେ। ଏହି କାରଣରୁ ତାଙ୍କର ମୃତ୍ୟୁ ଘଟିଛି। ଚାରି ଦିନ ମଧ୍ୟରେ ତେଲେଙ୍ଗାନାରେ ଏହା ହେଉଛି ଦ୍ୱିତୀୟ ଘଟଣା। ଏହାପୂର୍ବରୁ, ଫେବୃଆରୀ ୨୨ରେ, ୨୪ ବର୍ଷ ବୟସ୍କ ପୋଲିସ କନଷ୍ଟେବଳ ହାଇଦ୍ରାବାଦରେ ଏକ ଜିମରେ ବ୍ୟାୟାମ କରୁଥିବା ସମୟରେ ହୃଦ୍‌ଘାତରେ ମୃତ୍ୟୁବରଣ କରିଥିଲେ।

https://twitter.com/zeeshan_zahed/status/1629751372194148354


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri