ଅଟୋକୁ ଧକ୍କା ଦେବାରୁ ଯୁବକଙ୍କୁ ପିଟିପିଟି ମାରିଦେଲେ

ଯୋଡ଼ା,୨୨।୨: କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା-ବିଚାକୁଣ୍ଡି ରାସ୍ତା କଡ଼ରେ ଥିବା ଏକ ଠିକାସଂସ୍ଥା କାର୍ଯ୍ୟାଳୟ ସମ୍ମୁଖରେ ଗାଡ଼ି ଧକ୍କାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ଅତର୍କିତ ଆକ୍ରମଣରେ ଠିକା ସଂସ୍ଥାର ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ପୋଲିସ ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି।
ସୂଚନା ଅନୁଯାୟୀ, ସୋମବାର କମାରଯୋଡ଼ା-ବିଚାକୁଣ୍ଡି ରାସ୍ତା କଡ଼ରେ ଡିପି ସିଂ ନାମକ ଠିକାସଂସ୍ଥାର କାର୍ଯ୍ୟାଳୟରୁ ଏକ ବୋଲେରୋ ପଛୁଆ ବାହାରୁଥିବା ବେଳେ ଏହି ରାସ୍ତାଦେଇ ଅତିକ୍ରମ କରୁଥିବା ଏକ ଅଟୋକୁ ଧକ୍କା ଦେଇଥିଲା। ଫଳରେ ବୋଲେରୋ ଡ୍ରାଇଭର ଓ ଅଟୋ ଡ୍ରାଇଭରଙ୍କ ମଧ୍ୟରେ ବଚସା ହୋଇଥିଲା ା ଅଟୋ ଡ୍ରାଇଭର ସେଠାରୁ ଫେରିଆସି ତାଙ୍କର ୪ ଜଣ ସହଯୋଗୀଙ୍କୁ ନେଇ ଠିକାସଂସ୍ଥା କାର୍ଯ୍ୟାଳୟରେ ପହଞ୍ଚି ଲୁହାରଡ୍‌ ସାହାଯ୍ୟରେ ସେଠାରେ ଥିବା ୩ କର୍ମଚାରୀଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ସେମାନଙ୍କ ମଧ୍ୟରୁ ଦିବ୍ୟାସ ସିଂଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ରବି କିରଣ ସିଂ ଓ ଜଣେ ସୁରକ୍ଷା କର୍ମୀ ଗୁରୁତର ଆହତ ହୋଇଥିଲେ। ମୃତକଙ୍କ ଘର ଉତ୍ତରପ୍ରଦେଶ ରାଜ୍ୟର ଜନପୁର ଜିଲା କୋଟଲ ଥାନା ଅଞ୍ଚଳରେ। ସେ ଯୋଡ଼ାରେ ରହି ଠିକାସଂସ୍ଥାରେ କାର୍ଯ୍ୟ କରୁଥିବା ପୋଲିସ ସୂଚନା ଦେଇଛି ା ଏ ସମ୍ପର୍କରେ ଠିକାସଂସ୍ଥା କାର୍ଯ୍ୟାଳୟ ପକ୍ଷରୁ ଯୋଡ଼ା ଥାନାରେ ଅଭିଯୋଗ ହୋଇଥିଲା। ବଡ଼ବିଲ ଏସ୍‌ଡିପିଓ ହିମାଂଶୁ ବେହେରା, ଯୋଡ଼ା ଥାନା ଆଇଆଇସି ରାଇସେନ ମୁର୍ମୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ଗୁରୁତର ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏ ନେଇ ଥାନାରେ ଏକ ହତ୍ୟା ମାମଲା (ନଂ.୩୦/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri